ନକଲି ଔଷଧ କାରବାରକୁ ବରଦାସ୍ତ କରାଯିବନାହିଁ, ନକଲି ଔଷଧ କାରବାରଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କେନ୍ୟୁଜ୍(ବ୍ୟୁରୋ):  ନକଲି ଔଷଧ କାରବାରଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରୁ ନକଲି ଔଷଧ ଜବତ ହୋଇଥିଲା । ଏହାପରେ ତଦନ୍ତ ନିର୍ଦ୍ଦେଶ ଦେଇଥିଲା ସ୍ୱାସ୍ଥ୍ୟ ବିଭାଗ । କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଥିଲେ ।

ଆଜି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନକଲି ଔଷଧ କେଉଁଠାରୁ ଆସୁଥିଲା ଓ ଏହାର ବିକ୍ରି ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ କ୍ରାଇମବ୍ରାଞ୍ଚ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.