ରାଜ୍ୟ

ଆପଣମାନଙ୍କ ଭାଗିଦାରୀ ମିଶନଶକ୍ତିକୁ ଏକ ନମ୍ବର କାର୍ଯ୍ୟକ୍ରମ କରିପାରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍):  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀ (Community Partners) ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି । ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ଆଦି ସାଇକେଲ ପାଇଛନ୍ତି । ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓ ମିଶନ ଶକ୍ତି ବିଭାଗର ମିଳିତ ସମନ୍ୱୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ”ଆପଣମାନଙ୍କ ଭାଗିଦାରୀ ମିଶନ ଶକ୍ତିକୁ ଏକ ସଫଳ କାର୍ଯ୍ୟକ୍ରମ କରିଛି । ସେ କହିଥିଲେ ଯେ ସେ ଓଡିଶାର ବିଭିନ୍ନ ଅଞ୍ଚଳକୁ ଯାଉଛନ୍ତି ଏବଂ ମିଶନଶକ୍ତି ମା ମାନଙ୍କୁ ଭେଟୁଛନ୍ତି । ସେମାନେ ମଧ୍ୟ ନବୀନ ନିବାସ ଆସି ତାଙ୍କୁ ଭେଟୁଛନ୍ତି । ମା ମାନଙ୍କର ସଫଳତା ମୋତେ ବହୁତ ଖୁସି ଦେଉଛି ବୋଲି ସେ କହିଥିଲେ । ଆପଣମାନଙ୍କ ଆତ୍ମବିଶ୍ୱାସ, ଆପଣମାନଙ୍କ ଉତ୍ସାହ ମିଶନଶକ୍ତିକୁ ଏକ ନମ୍ବର ସଫଳ କାର୍ଯ୍ୟକ୍ରମ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।”

ଏହାସହ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଭିନ୍ନ ସହରରେ ମିଶନ ଶକ୍ତିର ମା ମାନେ କମ୍ୟୁନିଟି ପାର୍ଟିସିପେସନ କାର୍ଯ୍ୟକ୍ରମରେ ଅନେକ ଦାୟିତ୍ବ ହାତକୁ ନେଇଛନ୍ତି। ଆହାର, କଠିନ ବର୍ଜ୍ୟବସ୍ତୁ ପରିଚାଳନା, ପରିମଳ, ଜଳସାଥି, ସ୍ବଚ୍ଛସାଥି ଆଦି ଅନେକ କାମ କରୁଛନ୍ତି । ଆପଣମାନଙ୍କ କାମରେ ସମସ୍ତେ ଖୁସି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନେ ଯେପରି ସୁବିଧାରେ ନିଜ ନିଜର ଦାୟିତ୍ବ ପାଳନ କରିପାରିବେ, ସେଥିପାଇଁ ରାଜ୍ୟ ସରକାର ଆପଣମାନଙ୍କୁ ସାଇକେଲ ଦେଉଛନ୍ତି।

ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ମିଶନ ଶକ୍ତି ମା ମାନଙ୍କୁ ୧୦୦ କୋଟି ଟଙ୍କାର ପ୍ରୋତ୍ସାହନ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ ଏବଂ କହିଥିଲେ ଯେ ଓଡିଶାର ମିଶନ ଶକ୍ତି କମ୍ୟୁନିଟି ପାର୍ଟିସିପେସନ କ୍ଷେତ୍ରରେ ସାରା ବିଶ୍ବରେ ସୁନାମ କରିଛି ଓ ନୂଆ ବେଞ୍ଚମାର୍କ ସୃଷ୍ଟି କରିଛି । ସମସ୍ତେ ମିଳିମିଶି ଭଲ କାମ କରି ଓଡିଶା ମା ର ସୁନାମ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ କହିଥିଲେ ଯେ ମିଶନ ଶକ୍ତି ମା ମାନେ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ଓଡିଶା ଗଠନକୁ ସାକାର କରିବା ପାଇଁ ବହୁତ ଭଲ କାମ କରୁଛନ୍ତି । ସାଇକେଲ ପାଇବା ଦ୍ବାରା କର୍ମ କ୍ଷେତ୍ରରେ ସେମାନଙ୍କୁ ବହୁ ସୁବିଧା ଓ ସ୍ବାଧୀନତା ମିଳିପାରିବ। ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ ଗୋଷ୍ଠୀଗତ ବିକାଶର ଏକ ଅନୁପମ ବାର୍ତ୍ତାବହ ହେଉଛି ମିଶନ ଶକ୍ତି । ମୁଖ୍ୟମନ୍ତ୍ରୀଙ୍କ ଦିଗ‌ଦର୍ଶନରେ ଏହା ଆଜି ନୂଆ ମାଇଲଷ୍ଟୋନ ସ୍ଥାପନ କରିପାରିଛି ।

କାର୍ଯ୍ୟକ୍ରମରେ ଦୁଇ ଜଣ ମିଶନ ଶକ୍ତି ମା ପଦ୍ମାବତୀ ଦାସ (ଆହାର କର୍ମୀ) ଓ ସୀତା ମୁର୍ମୁ (ସ୍ବଚ୍ଛାକର୍ମୀ) ନିଜ ନିଜର ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ମିଶନ ଶକ୍ତି କାର୍ଯ୍ୟକ୍ରମ ଯୋଗୁ ସେମାନେ ଆଜି ସ୍ବାବଲମ୍ବୀ ହେବା ସହିତ ନିଜ ନିଜ ପରିବାରର ଛୋଟ ଛୋଟ ଅସୁବିଧା ମଧ୍ୟ ଦୂର କରିପାରୁଛନ୍ତି । ସାଇକେଲ ଦ୍ବାରା ସେମାନଙ୍କ ସମୟ ବଞ୍ଚିବା ସହିତ କାର୍ଯ୍ୟଦକ୍ଷତା ବଢିବ ବୋଲି ସେମାନେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଏମସି କମିଶନର ଶ୍ରୀ ବିଜୟ ଅମୃତ କୁଲାଙ୍ଗେ ଧନ୍ୟବାଦ ଅର୍ପଣ କରିଥିଲେ । ବିଏମସି ମେୟର ଶ୍ରୀମତୀ ସୁଲୋଚନା ଦାସ ଉପସ୍ଥିତ ଥିଲେ ।

Sonalisa

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

31 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

34 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

40 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

49 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

49 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

1 hour ago