ରଥଯାତ୍ରାକୁ ନେଇ ନୂଆ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସମୀକ୍ଷା ବୈଠକ, ଶୃଙ୍ଖଳିତ କରିବାକୁ ସିଏମଙ୍କ ଗୁରୁତ୍ବାରୋପ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଫୋକସରେ ଶୃଙ୍ଖଳିତ ରଥଯାତ୍ରା । ଘୋଷଯାତ୍ରା ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ । ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସିଏମଙ୍କ ଗୁରୁତ୍ବାରୋପ । ରାଜ୍ୟ ଅତିଥି ଭବନରେ ହୋଇଥିବା ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ସଚିବ ପ୍ରଦୀପ ଜେନା, ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ,ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ ପ୍ରମୁଖ ଯୋଗ ଦେଇଥିଲେ ।

ଉଭୟ ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ରଥଯାତ୍ରା ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି । ରଥଯାତ୍ରା ପରିଚାଳନାରେ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଅଭିଜ୍ଞତା ଥିବାରୁ ତାଙ୍କୁ ଦାୟିତ୍ବ ପ୍ରଦାନ କରିବାକୁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟ ସଚିବ । ଉଭୟ ଯାତ୍ରା ଓ ସମନ୍ବୟ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି ।

ଆଗକୁ ନୀତିକାନ୍ତି ନେଇ ସେବାୟତ ଓ ପରିଚାଳନା କମିଟି ସହ ବୈଠକ ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ଚଳିତ ବର୍ଷ ୧୫ ଦିନ ବଦଳରେ ୧୩ ଦିନ ହେବ ଅଣସର ନୀତି । ରଥଟଣା ପାଇଁ ହାତରେ ୨ ଦିନ ସମୟ କମ ଥିବାରୁ ନୀତିକାନ୍ତି ନେଇ ଚିନ୍ତାରେ ସେବାୟତ । ଶୃଙ୍ଖଳିତ ନୀତି ପାଇଁ ସମସ୍ତ ସେବାୟତଙ୍କ ସହଯୋଗ ମଧ୍ୟ ଲୋଡ଼ାଯାଇଛି ।

Leave A Reply

Your email address will not be published.