ମାଲକାନଗିରିରେ ମୁଖ୍ୟମନ୍ତ୍ରୀ: ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର କଲେ ଶୁଭାରମ୍ଭ

ମାଲକାନଗିରି(କେନ୍ୟୁଜ): ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଂସ୍କୃତି ଭବନରେ ଜିଲ୍ଲାରେ ମୋଟ ୧ଲକ୍ଷ ୫୫ହଜାର ୮୨୩ ହେଲ୍‌ଥ କାର୍ଡ ବଣ୍ଟନ କରାଯାଇଛି । ଏଥିପାଇଁ ୩୮୧ଟି ସ୍ୱାସ୍ଥ୍ୟ କାର୍ଡ ବିତରଣ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ରାଜ୍ୟର ୯୬ ଲକ୍ଷ ପରିବାରର ସାଢ଼େ ୩ କୋଟି ଲୋକ ପାଇବେ ସ୍ମାର୍ଟ ହେଲ୍‌ଥ କାର୍ଡ । ପ୍ରତି ପରିବାର ପାଇଁ ୫ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ ।

ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଦେଶରେ ଓଡ଼ିଶା ପ୍ରଥମ ରାଜ୍ୟ । ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ମିଳିବ ସ୍ମାର୍ଟ ହେଲ୍‌ଥ କାର୍ଡ । ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀଙ୍କୁ ମିଳିବ ଏହି କାର୍ଡ । ଓଡ଼ିଶା ସମେତ ଦେଶର ୨ ଶହରୁ ଅଧିକ ହସ୍ପିଟାଲରେ ମିଳିବ ଚିକିତ୍ସା ସୁବିଧା । କରୋନା କଟକଣା ଭିତରେ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.