ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ବାର୍ଷିକ ଖର୍ଚ୍ଚ ହେବ ୬୪ କୋଟି ଟଙ୍କା

କେନ୍ୟୁଜ୍(ବ୍ୟୁରୋ): ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ। ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ ଗୁଡିଏ ସଂସ୍କାର ମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ରାଜ୍ୟରେ ସାର୍ବଜନୀନ ଲକ୍ଷ୍ୟ ହାସଲ ତଥା ଚିକିତ୍ସା ପାଇଁ ବ୍ୟକ୍ତିଗତ ଖର୍ଚ୍ଚକୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାଗଣା ସ୍ୱାସ୍ଥ୍ୟସେବା ପ୍ରଦାନଳ ନିଦାଜ ଜରିଆରେ ମାଗଣା ରୋଗ ପରୀକ୍ଷା, ନିରାମୟ ଜରଆରେ ମାଗଣା ଔଷଧ ପ୍ରଦାନ, ସହାୟ ଜରିଆରେ ମାଗଣା ଡାଇଲିସିସ୍‌ ସେବା, ମାଗଣା ରକ୍ତସେବା, ଆମ୍ବୁଲାନ୍ସ ସେବା ଆଦି ଯୋଗଇ ଦିଆଯାଉଛି। ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ଉଦ୍ଦେଶ୍ୟରେ ସରକାରୀ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ପାଇଁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

ଏହାଦ୍ୱାରା ବାର୍ଷିକ ୬୪ କୋଟି ଟଙ୍କା ଖର୍ଚ୍ଚ ହେବ। ୪୨ଲକ୍ଷରୁ ଅଧିକ ରୋଗୀ ଉପକୃତ ହେବେ। ନିଆଯାଇଥିବା ନୂଆ ନିଷ୍ପତ୍ତି ଅନୁଯାୟୀ, ଡାକ୍ତରଖାନାରେ ଶଯ୍ୟା ପିଛା ଦିଆଯାଉଥବା ସାଧାରଣ ଦୈନିକ ଖାଦ୍ୟ ବାବଦକୁ ୮୫ ଟଙ୍କା ବଦଳରେ ୧୧୦ ଟଙ୍କା, ଶିଶୁଙ୍କୁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ ଟଙ୍କା, ଉଚ୍ଚ ପୁଷ୍ଟିସାରଯୁକ୍ତ ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ ୯୫ ଟଙ୍କାରୁ ୧୨୦ ଟଙ୍କା, ଶୁଖିଲା ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ ଟଙ୍କା ଏବଂ ତରଳ ଖାଦ୍ୟ ବାବଦକୁ ଦିଆଯାଉଥିବା ଦୈନିକ ୮୫ ଟଙ୍କାରୁ ୧୧୦ ଟଙ୍କାକୁ ବୃଦ୍ଧି କରାଯାଇଛି। ରାଜ୍ୟର ୬୧୮ଟି ସରକାରୀ ଡାକ୍ତରଖାନାରେ ଏହି ବର୍ଦ୍ଧିତ ମୂଲ୍ୟରେ ଖାଦ୍ୟ ଯୋଗାଇିଆଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.