Below header

୧୩ଟି ଜିଲ୍ଲାରେ ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୪,୬୦୦ କୋଟି ଟଙ୍କା

ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ଖର୍ଚ୍ଚ ହେବ ୪,୬୦୦ କୋଟି ଟଙ୍କା। ଏହି ପ୍ରକଳ୍ପ ଦ୍ବାରା ଚାଷୀ ଭାଇଭଉଣୀମାନେ ବହୁଳ ଭାବେ ଉପକୃତ ହେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଭୁବନେଶ୍ୱର :  ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ଖର୍ଚ୍ଚ ହେବ ୪,୬୦୦ କୋଟି ଟଙ୍କା। ଏହି ପ୍ରକଳ୍ପ ଦ୍ବାରା ଚାଷୀ ଭାଇଭଉଣୀମାନେ ବହୁଳ ଭାବେ ଉପକୃତ ହେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଶେଷ କରି ପିଇବା ପାଣି ଯୋଗାଣ କ୍ଷେତ୍ରରେ ଏହି ପ୍ରକଳ୍ପ ସୁବିଧା ଯୋଗାଇବ। ଏହା ସହିତ ମାଛ ଚାଷ, ପଶୁପାଳନ ଆଦିରେ ମଧ୍ୟ ସହାୟକ ହେବ।

ଏହି ପ୍ରକଳ୍ପ ସବୁ ଭୂତଳ ଜଳ ସ୍ତର ବୃଦ୍ଧି କରି ପରିବେଶକୁ ସନ୍ତୁଳିତ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦୨୦ରେ ଅନ୍ତଃ ନଦୀ ଜଳାଶୟ ପାଇଁ ୧୧ ହଜାର ୭୦୦ କୋଟି ଟଙ୍କାରେ ଯୋଜନା ଆରମ୍ଭ ହୋଇଥିଲା।

ବର୍ତ୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ୭୨ଟି ପ୍ରକଳ୍ପ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଆଜି ୧୩ଟି ଜିଲ୍ଲା ବରଗଡ, ବଲାଙ୍ଗିର, ବୌଦ୍ଧ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ ଜିଲ୍ଲାରେ ୧୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। 5T ଅଧ୍ୟକ୍ଷ ବିଭିନ୍ନ ଜିଲ୍ଲାକୁ ଗସ୍ତ କରିବା ସମୟରେ ଲୋକଙ୍କ ଠାରୁ ଏଭଳି ପ୍ରକଳ୍ପ ପାଇଁ ପ୍ରସ୍ତାବ ଆସିଥିଲା। ଲୋକଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇ 5T ଉପକ୍ରମରେ ଏହି ସବୁ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.