ଝାରସୁଗୁଡା ବିମାନ ବନ୍ଦରକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଝାରସୁଗୁଡା (କେନ୍ୟୁଜ୍) : ବିମାନ ବନ୍ଦରକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ନାମରେ ବିମାନ ବନ୍ଦରର ନାମକରଣ କରିବା ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିବାକୁ ମୁଖ୍ୟମନ୍ତ୍ରୀ ଚିଠିରେ ଦାବି କରିଛନ୍ତି । ନହେଲେ ପଶ୍ଚିମ ଓଡ଼ିଶାବାସୀଙ୍କ ମନରେ ଏହା ଆଘାତ ଦେବ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ ।

letter ଗତମାସ ୨୨ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାରସୁଗୁଡା ବମାନ ବନ୍ଦର ଉଦଘାଟନ କରିଥିଲେ । ବିମାନ ବନ୍ଦରକୁ ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ କରିବାକୁ ସେହି ଦିନ ମୋଦିଙ୍କୁ ପ୍ରସ୍ତାବ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।