ରାଜ୍ୟ

ପଦ୍ମପୁରରେ ୪୮୮ କୋଟି ଟଙ୍କାର ନୂଆ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ସମସ୍ତଙ୍କ ସହଯୋଗରେ ବିକାଶର ଏକ ମଡେଲ କରାଯିବ

ଭୁବନେଶ୍ବର(କେନ୍ୟୁଜ୍): ଓଡିଶାରେ ଆଜି ବିକାଶର ମାର୍ଗ ପ୍ରଶସ୍ତ ହୋଇଛି। ବିକାଶର ଗତି ମଧ୍ୟ କ୍ଷୀପ୍ର ହୋଇଛି। ସବୁଠାରେ ବିକାଶର ପଦଚିହ୍ନ ସୁସ୍ପଷ୍ଟ। କୃଷି ଉତ୍ପାଦନ, ଖାଦ୍ୟ ସୁରକ୍ଷା, ମହିଳା ସଶକ୍ତିକରଣ, ୫-ଟି ସ୍କୁଲ ରୂପାନ୍ତର, ସ୍ବାସ୍ଥ୍ୟସେବା – ସବୁ କ୍ଷେତ୍ରରେ ଓଡିଶା ଆଜି ବିକାଶର ଏକ ନୂଆସ୍ତରରେ ଅଗ୍ରସର ହେଉଛି।

ଏହି କ୍ରମରେ ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ବିକାଶର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ସମସ୍ତଙ୍କ ସହଯୋଗରେ ପଦ୍ମପୁର ଅଞ୍ଚଳ ବିକାଶର ଏକ ମଡେଲ ହୋଇପାରିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି।

ପଦ୍ମପୁର ଅଞ୍ଚଳର ବିକାଶକୁ ଆଗେଇ ନେବାରେ ଏ ସବୁ ପ୍ରକଳ୍ପ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି। ବିକାଶର ଏହି ଧାରା ଆହୁରି ଆଗକୁ ବଢିବ ବୋଲି ମଧ୍ୟ ସେ କହିଛନ୍ତି ।

ବିକାଶ ହେଉଛି ଆମର ପରିଚୟ। ଚାଷୀ, ମହିଳା, ଯୁବବର୍ଗ ମାନଙ୍କୁ ସଶକ୍ତ କରି ସାରା ଓଡିଶାକୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି।

ପଦ୍ମପୁର ଓଡିଶାର ଭାତହାଣ୍ଡି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାକୁ ସବୁଠାରୁ ଅଧିକ ଚାଉଳ ପଦ୍ମପୁର ହିଁ ଯୋଗାଇ ଦେଉଛି । ପଦ୍ମପୁରର ଚାଷୀମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କାର ୨୦ଟି ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଥିଲେ । ତା ସହିତ କୃଷି ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବରଗଡ଼, ପଦ୍ମପୁର ଅଞ୍ଚଳର ଅନେକ ଚାଷୀ ଏ ପର୍ଯ୍ୟନ୍ତ crop insurance tanka ପାଇନାହାନ୍ତି .ଆପଣ ମାନେ ଜାଣନ୍ତି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଭରତ ସରକାରଙ୍କ ଯୋଜନା,ତେଣୁ ଭରତ ସରକାର ଙ୍କ ସହ ଆପଣ ମାନଙ୍କ ସମସ୍ୟା ବିଷୟରେ ଆଲୋଚନା କରି ସମାଧାନ ପାଇଁ ମୁଁ ବାରମ୍ବାର ଚେଷ୍ଟା ଜାରୀ ରଖିଛି।

ଏହାସହିତ ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାମର ଶୁଭାରମ୍ଭ କରାଯିବା ସହିତ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ୬୦ ଲକ୍ଷ ଟଙ୍କାରେ ୪ଟି ଗ୍ରାମୀଣ ବଜାର ଓ ୪ କୋଟି ୨୨ ଲକ୍ଷ ଟଙ୍କାରେ ୧୬ଟି ପୌରାଞ୍ଚଳ ଭିତ୍ତିଭୂମି ଯୋଜନା ମଧ୍ୟ ଆରମ୍ଭ କରାଯାଇଛି ।

ପ୍ରଭୁ ନୃସିଂହନାଥଙ୍କ ଆଶୀର୍ବାଦ ପଦ୍ମପୁର ମାଟିକୁ ପବିତ୍ର କରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ଥାନୀୟ ଲୋକଙ୍କ ରୋଜଗାର ବଢାଇବା ପାଇଁ ଏ ପୀଠର ବିକାଶ ପାଇଁ କାମ ଆରମ୍ଭ ହୋଇଛି। ନୃସିଂହନାଥ ଓ ବେଦ ବରାହ ପୀଠର ବିକାଶ ପାଇଁ ୨୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଥିଲେ ।

ସେହିପରି ଶିକ୍ଷାର ବିକାଶରେ ୫-ଟି ସ୍କୁଲ ରୂପାନ୍ତର ବିଶେଷ ଭୂମିକା ନେଇଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ପଦ୍ମପୁରର ୩୦ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଉ ୪୪ଟି ପାଇଁ କାମ ଆରମ୍ଭ ହୋଇଛି ବୋଲି ସେ କହିଥିଲେ।

ଏହା ସହିତ ଆଜି ପଦ୍ମପୁର ଅଞ୍ଚଳର ୩ଟି ବ୍ଲକ୍‌ ଓ ସହରାଞ୍ଚଳ ପାଇଁ ୩୦ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଉଦ୍‌ଘାଟିତ ହୋଇଥିଲା। ଏଥିରେ ୨୦ଟି କଲ୍ୟାଣମଣ୍ଡପ ସହିତ ପଞ୍ଚାୟତ ଭବନ, ଗ୍ରାମୀଣ ବଜାର ଓ କମନ୍ ଫାସିଲିଟି ସେଣ୍ଟର କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଚନ ପୂଜାରୀ, ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ଭଟଲୀ ବିଧାୟକ ଶ୍ରୀ ସୁଷାନ୍ତ ସିଂ, ବରଗଡ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ ଓ ଅତାବିରା ବିଧାୟକ ଶ୍ରୀମତୀ ସ୍ନେହାଙ୍ଗୀନି ଛୁରିଆ ପ୍ରମୁଖ ଯୋଗ ଦେଇ ଓଡିଶାରେ ବିକାଶର ଏକ ନୂଆ ଧାରାମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago