Below header

ଅନୁଦାନପ୍ରାପ୍ତ ସ୍କୁଲର ମହିଳା କର୍ମଚାରୀଙ୍କୁ ମିଳିବ ୧୮୦ ଦିନର ମାତୃତ୍ୱ ଛୁଟି, ଉପକୃତ ହେବେ ୧୭,୫୦୦ କର୍ମଚାରୀ

ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ କର୍ମଚାରୀଙ୍କ ବିଭିନ୍ନ ସେବା ସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଏହି ବ୍ଲକ ଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ପନ୍ଦର ଦିନର ସାମୟିକ ଛୁଟି ପାଇବେ। ଏଥି ସହିତ ମହିଳା ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଦୁଇଟି ଜୀବିତ ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୮୦ ଦିନ ର ମାତୃତ୍ଵ ଛୁଟି ମିଳିବ।

ଭୁବନେଶ୍ୱର (କେନ୍ୟୁଜ): ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ କର୍ମଚାରୀଙ୍କ ବିଭିନ୍ନ ସେବା ସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଏହି ବ୍ଲକ ଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ପନ୍ଦର ଦିନର ସାମୟିକ ଛୁଟି ପାଇବେ। ଏଥି ସହିତ ମହିଳା ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଦୁଇଟି ଜୀବିତ ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୮୦ ଦିନ ର ମାତୃତ୍ଵ ଛୁଟି ମିଳିବ। ବ୍ଲକ ଗ୍ରାଣ୍ଟ ପାଇବା ଦିନ ଠାରୁ ୧୬ ବର୍ଷ ପରେ, ଅନୁଦାନ ପ୍ରାପ୍ତ ଶିକ୍ଷକଙ୍କୁ ଉଚ୍ଚତର ବେତନ ହାର ସ୍ତରରେ ଏକ Placement Scale ସୁବିଧା ପ୍ରଦାନ କରାଯିବ ।

ସେହିପରି ମୁଖ୍ୟମନ୍ତ୍ରୀ ବିଭିନ୍ନ ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କ ପାଇଁ ସେବା ସମୟରେ ମୃତ୍ୟୁବରଣ କିମ୍ବା ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତା ରାଶି ଯଥାକ୍ରମେ ୨ ଲକ୍ଷରୁ ୫ ଲକ୍ଷ ଟଙ୍କା କୁ ଏବଂ ଦେଢ଼ ଲକ୍ଷରୁ ସାଢ଼େ ୩ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏଭିତରେ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ ବ୍ଲକ ଗ୍ରାଣ୍ଟ କର୍ମଚାରୀଙ୍କୁ ଷାଠିଏ ବର୍ଷ ବୟସରେ ସେବା ନିବୃତ୍ତି ସମୟରେ ଏକକାଳୀନଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀଙ୍କ ଯଥାକ୍ରମେ ୧୦ ଲକ୍ଷ ଓ ୫ ଲକ୍ଷ ଟଙ୍କା ପ୍ରଦାନ ପାଇଁ କ୍ୟାବିନେଟ ନିଷ୍ପତ୍ତି ନେଇଛି । 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ବ୍ଲକ ଗ୍ରାଣ୍ଟ କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ ବିଷୟରେ ପ୍ରସ୍ତାବ ଆସିଥିଲା। ଏ ସଂପର୍କରେ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ପ୍ରାୟ ୧୭ ହଜାର ୫୦୦ କର୍ମଚାରୀ ଉପକୃତ ହେବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.