ଆକାଶମାର୍ଗରୁ ବାତ୍ୟାଞ୍ଚଳ ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ, ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ସବୁ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର : ଆକାଶମାର୍ଗରୁ ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଭାବିତ ଜିଲ୍ଲାର ସର୍ଭେ କରୁଛନ୍ତି। ୪ ଜିଲ୍ଲାରେ ବାତ୍ୟା ଓ ବନ୍ୟାଜନିତ କ୍ଷୟକ୍ଷତିର ସର୍ଭେ କରୁଛନ୍ତି । ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ବର, ଜଗତସିଂହପୁର ବୁଲି ଦେଖୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଆଜି ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ ।

ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସମ୍ପୃକ୍ତ ବିଭାଗକୁ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାରୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।