ସମ୍ଭାବ୍ୟ ବାତ୍ୟା ନେଇ ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ସମ୍ଭାବ୍ୟ ବାତ୍ୟା ନେଇ ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅପରାହ୍ଣ ୪ଟାରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରେ ବାତ୍ୟା ମୁକାବିଲା ସମୀକ୍ଷା କରିବେ । ବୈଠକରେ ରାଜସ୍ବ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିବେ। ରିଲିଫ କମିଶନରଙ୍କ ସହ ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ ।
ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ୧୦୦-୧୨୦ କିଲୋମିଟର ପର୍ଯ୍ୟନ୍ତ ବହିବ। ୨୩ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବାତ୍ୟା ଜନିତ ବର୍ଷା ଆରମ୍ଭ ହେବ। ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଏହାର ପ୍ରଭାବ ଦେଖାଦେବ। ୨୩, ୨୪, ୨୫ ତିନି ଦିନ ଧରି ଅଧିକାଂଶ ସ୍ଥାନରେ ହେବ ବର୍ଷା। ଜଗତସିଂହପୁର, ପୁରୀ ଓ ଗଞ୍ଜାମରେ ଅଧିକ ବର୍ଷା ହେବ । ଗୋଟିଏ ଦୁଇଟି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁଁ ଗଛ ଉପୁଡ଼ିପାରେ, ତଳିଆ ଅଞ୍ଚଳରେ ଜମିପାରେ ପାଣି ।
ଭୟଭୀତ ନ ହୋଇ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଭୀଷଣ ଅଶାନ୍ତ ରହିବ । ଆଜି ସୁଦ୍ଧା ମତ୍ସ୍ୟଜୀବୀଙ୍କୁ ସମୁଦ୍ରରୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି । ୨୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।