ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତରେ ଯିବେ । ଶପଥ ନେବା ପରେ ଏହା ପ୍ରଥମ ଦିଲ୍ଲୀ ଗସ୍ତ । ସେଠାରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ । କିଛି କେନ୍ଦ୍ର ମନ୍ତ୍ରୀଙ୍କୁ ମଧ୍ୟ ସାକ୍ଷାତ କରିବା ନେଇ ସୂଚନା ରହିଛି ।