‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆଜି ଉତ୍କଳ ଦିବସ (ଓଡ଼ିଶା ଦିବସ) । ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଏବଂ ଗୌରବର ବିଷୟ । ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା ସମ୍ଭବ ହୋଇପାରିଥିଲା । ଏହାକୁ ମନେ ପକାଇବା ଲାଗି ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ତଥା ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି । ଆଜିର ଦିନରେ ଆସନ୍ତୁ ଏକ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ କରିବାର ସଂକଳ୍ପକୁ ଆହୁରି ଦୃଢ଼ କରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି ।
ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ତଥା ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି। ଆଜିର ଦିନରେ ଆସନ୍ତୁ ଏକ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ କରିବାର ସଂକଳ୍ପକୁ ଆହୁରି ଦୃଢ଼ କରିବା।… pic.twitter.com/sCdixKUJ1A
— Mohan Charan Majhi (@MohanMOdisha) April 1, 2025
ଅନ୍ୟପଟେ ଆଜି ପୂର୍ବାହ୍ନରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ଉକ୍ରଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମପୀଠ କଟକ ଜିଲ୍ଲା ସତ୍ୟଭାମାପୁରଠାରେ ଅନୁଷ୍ଠିତ ହେବ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମୁଖ୍ୟଅତିଥି ଭାବରେ ଯୋଗଦେବେ । ଆଇନ୍ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବାବେଳେ ବହୁ ସାଂସଦ ଓ ବିଧାୟକମାନେ କାର୍ଯ୍ୟକ୍ରମରେ ସାମିଲ ହେବେ । ଆଜି ସଂଧ୍ୟାରେ ଭୁବନେଶ୍ୱର ଜୟଦେବ ଭବନରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ପାଳିତ ହେବ । ବାଚସ୍ପତି ସୁରମା ପାଢ଼ୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେବେ ।
ଆହୁରି ପଢ଼ନ୍ତୁ : ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ସାମିଲ ହେବେ ୧୦ରୁ ଅଧିକ ମନ୍ତ୍ରୀ