ରାଇମୋହନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: କହିଲେ- ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ହୋଇ ରହିବେ

ଭୁବନେଶ୍ୱର (କେନ୍ୟୁଜ): ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ଵିଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ । ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକାକୁଳ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଜି ରାଇମୋହନ ପରିଡା ଆତ୍ମହତ୍ୟା ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ମଞ୍ଚେଶ୍ୱର ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । ସାଇଣ୍ଟିଫିକ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛି । କେଉଁ ପରିସ୍ଥିତିରେ ଓ କାହିଁକି ଆତ୍ମହତ୍ୟା କଲେ ସେ ନେଇ ତନାଘନା କରୁଛି ଟିମ୍ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.