Below header

ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ , ଘଟଣାର ସ୍ଥିତି ଅନୁଧ୍ୟାନ ସହ ଆହତଙ୍କୁ ଭେଟିଲେ

ବାଲେଶ୍ୱର ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ପହଞ୍ଚି ଘଟଣାର ସ୍ଥିତି ଅନୁଧ୍ୟାନ କରିବା ଆହତଙ୍କୁ ମଧ୍ୟ ଭେଟିଛନ୍ତି ।

ବାଲେଶ୍ୱର (କେନ୍ୟୁଜ): ବାଲେଶ୍ୱର ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ପହଞ୍ଚି ଘଟଣାର ସ୍ଥିତି ଅନୁଧ୍ୟାନ କରିବା ଆହତଙ୍କୁ ମଧ୍ୟ ଭେଟିଛନ୍ତି । ଏଥିସହ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସହ ଆଲୋଚନା କରିଛନ୍ତି। ଘଟଣସ୍ଥଳରେ ରେଳୱେ ବୋର୍ଡ ଅଧ୍ୟକ୍ଷ ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଅଗ୍ନିଶମ DG, ପରିବହନ କମିଶନର , SRC, ରାଜସ୍ବ ମନ୍ତ୍ରୀ ଉପସ୍ଥିତ ଥିଲେ ।

କିଛି ସମୟ ପୂର୍ବରୁ ଘଟଣାସ୍ଥଳରେ ପହଞ୍ଚିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଦୁର୍ଘଟଣା ସ୍ଥଳରେ ପହଞ୍ଚି ପୁରା ଘଟଣାର ସ୍ଥିତି ଅନୁଧ୍ୟାନ କରି ଗଣମାଧ୍ୟମ ପ୍ରତିନିଧୀଙ୍କ ସହ ଆଲୋଚନ ପରେ ଏପରି ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାର ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ଏହି ଦୁର୍ଘଟଣାରୁ ବର୍ତ୍ତି ଗୁରୁତର ହୋଇଥିବା ଲୋକଙ୍କୁ ତୁରନ୍ତ ଉଦ୍ଧାର ସହ ଉପଯୁକ୍ତ ଚିକିତ୍ସା ଯୋଗାଇବା ପ୍ରଥମ ପ୍ରାଥମିକତା ବୋଲି କହିଛନ୍ତି।

ଏହି ଅବସରରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ଏହା ବଡ଼ ରେଳ ଦୁର୍ଘଟଣା। ରେଳବାଇ, ଏନଡିଆରଏଫ, ଏସଡିଆରଏଫ ଏବଂ ରାଜ୍ୟ ସରକାର ଉଦ୍ଧାର କାର୍ଯ୍ୟ କରୁଛନ୍ତି। ସର୍ବୋତ୍ତମ ସମ୍ଭାବ୍ୟ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯିବ। ଗତକାଲି କ୍ଷତିପୂରଣ ଘୋଷଣା କରାଯାଇଥିଲା। ଏହା ବିଷୟରେ ତଦନ୍ତ ପାଇଁ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରାଯାଇଛି। କାହାର ତ୍ରୁଟି ରହିଛି, କ’ଣ ପାଇଁ ଏତେ ବଡ଼ ଦୁର୍ଘଟଣା ଘଟିଲା ତାହାର ତଦନ୍ତ କରାଯିବ ବୋଲି କହିଛନ୍ତି ରେଳ ମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.