ମଧୁସୂଦନ ସଂଗ୍ରହାଳୟ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କହିଲେ ସତ୍ୟଭାମାପୁର ସବୁ ଓଡ଼ିଆଙ୍କ ପାଇଁ ଏକ ତୀର୍ଥ କ୍ଷେତ୍ର

କେନ୍ୟୁଜ୍(ବ୍ୟୁରୋ):ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ସତ୍ୟଭାମାପୁରରେ ଉତ୍କଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି, ମଧୁ ବାବୁ ଥିଲେ ଓଡ଼ିଆ ସ୍ୱାଭିମାନର ପ୍ରତୀକ । ତାଙ୍କ ଜୀବନୀ ହେଉଛି ଓଡ଼ିଆ ସ୍ୱାଭିମାନର ଗୌରବମୟ ଗାଥା । ଭିଡିଓ କନଫରେନ୍‌ସିଂ ଜରିଆରେ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଉତ୍କଳ ଗୌରବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଲେ ସତ୍ୟଭାମାପୁର ସବୁ ଓଡ଼ିଆଙ୍କ ପାଇଁ ଏକ ତୀର୍ଥ କ୍ଷେତ୍ର । ଏହି ସଂଗ୍ରହାଳୟ ସମସ୍ତଙ୍କୁ ବିଶେଷକରି ଯୁବ ପିଢିଙ୍କୁ ଓଡିଆ ସ୍ୱାଭିମାନର ସୁରକ୍ଷା ପାଇଁ ପ୍ରେରଣା ଦେବ ।

ସତ୍ୟଭାମାପୁରକୁ ଏକ ଆଦର୍ଶ ଗ୍ରାମ ରୂପେ ବିକାଶ କରାଯାଉଛି । ଏହାକୁ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟଟନସ୍ଥଳ ଭାବରେ ପରିଣତ କରିବା ପାଇଁ ସରକାରଙ୍କ ପଦକ୍ଷେପ ଜାରି ରହିବ । କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରତାପ ଜେନା, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଯୋଗ ଦେଇଥିଲେ । ସତ୍ୟଭାମାପୁରର ଉନ୍ନତି ପାଇଁ ନିଆ ଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ଉତ୍କଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ସଂପର୍କରେ ଏକ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା । ସଂଗ୍ରହାଳୟରେ ମଧୁବାବୁଙ୍କ ଏନ୍ତୁଡ଼ିଶାଳ, ପିଲା ଦିନର ବିରଳ ଫଟୋ, ଜନ୍ମ ଜାତକ, ଢିଙ୍କି ଆଦି ବିଭିନ୍ନ ବିରଳ ଜିନିଷ ସ୍ଥାନ ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.