ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ, ପରିବାର ପ୍ରତି ଜଣାଇଲେ ସମବେଦନା

ପିଣ୍ଟୁ ନନ୍ଦଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ। ଦର୍ଶକଙ୍କ ହୃଦୟରେ ପିଣ୍ଟୁ ନନ୍ଦ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ଟ୍ଵିଟ୍‌ କରି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜମାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ। ‘ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ’। ‘ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର, ଧାରାବାହିକରେ ଛାପ ଛାଡ଼ିଯାଇଛନ୍ତି’। ଦର୍ଶକଙ୍କ ହୃଦୟରେ ପିଣ୍ଟୁ ନନ୍ଦ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ଟ୍ଵିଟ୍‌ କରି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜମାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।
cm t

ସେହିପରି ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ ପରେ ଛତିଶଗଡ ରାଜ୍ୟପାଳ ଶ୍ରୀ ବିଶ୍ଵଭୂଷଣ ହରିଚନ୍ଦନ ଅତ୍ୟନ୍ତ ମର୍ମାହତ ହେବା ସହିତ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଟ୍ୱିଟ୍ କରି ଲେଖିଛନ୍ତି, ଶ୍ରୀ ନନ୍ଦ ଓଡ଼ିଆ ଆଲବମରୁ ନିଜର ଅଭିନୟ ଜୀବନ ଆରମ୍ଭ କରି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ସୁନ୍ଦର ଅଭିନୟ କରିଥିଲେ । ତାଙ୍କର ସୁନ୍ଦର ଅଭିନୟ ପାଇଁ ସେ ଓଡ଼ିଶା ଚଳଚ୍ଚିତ୍ର ଜଗତରେ ସୁନାମ ଅର୍ଜନ କରିଥିଲେ । ତାଙ୍କର ଏହିପରି ଅକାଳ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଏକ ଅପୂରଣୀୟ କ୍ଷତି ।

ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି ପିଣ୍ଟୁ ନନ୍ଦ। ଆଉ ନାହାନ୍ତି ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦ। ମାତ୍ର ୪୫ ବର୍ଷ ବୟସରେ ସେ ଆଖି ବୁଜିଛନ୍ତି। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ପିଣ୍ଟୁ ନନ୍ଦ ଗୁରୁତର ଯକୃତ ବା ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ। ପ୍ରଥମେ ତାଙ୍କର ଚିକିତ୍ସା ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ହୋଇଥିଲା। ପରେ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା । ଦିଲ୍ଲୀରୁ ପୁଣି ପିଣ୍ଟୁ ନନ୍ଦଙ୍କୁ ହାଇଦ୍ରାବାଦ ନିଆଯାଇଥିଲା। ସେଠାରେ ଗତକାଲି ପ୍ରାୟ ରାତି ସାଢ଼େ ୧୧ଟା ବେଳେ ପିଣ୍ଟୁ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ପିଣ୍ଟୁଙ୍କ ପରଲୋକରେ ଓଡ଼ିଆ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.