ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ନିର୍ବାଚନ ପାଇଁ ଜଣାଇଲେ ଶୁଭେଚ୍ଛା

କେନ୍ୟୁଜ୍(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ରାଷ୍ଟ୍ରପତି ନିର୍ବାଚନ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ନବୀନ । ତାଙ୍କର ରାଷ୍ଟ୍ରପତି ପ୍ରାର୍ଥିତ୍ୱ ଓଡ଼ିଶା ବାସୀଙ୍କ ପାଇଁ ଗର୍ବର ମୂହୁର୍ତ୍ତ ବୋଲି କହିଛନ୍ତି ନବୀନ । ଯେଭଳି ଓଡ଼ିଶାରୁ ପ୍ରତ୍ୟେକ ଭୋଟ୍‌ ତାଙ୍କୁ ମିଳିବ ସେ ଦିଗରେ କାର୍ଯ୍ୟ କରିବୁ ବୋଲି ନବୀନ ଟ୍ଵିଟ କରିଛନ୍ତି ।

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ବେଳେ ଓଡ଼ିଶାରୁ ଦୁଇ କ୍ୟାବିନେଟ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ପ୍ରସ୍ତାବକ ଭାବରେ ସ୍ୱାକ୍ଷର କରିଥିଲେ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.