୩୦ ରେ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୧ ରୁ ମାରାଥନ ପ୍ରଚାର

୩୦ରେ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହିଞ୍ଜିଳି ବିଧାନସଭା ଆସନ ପାଇଁ ନିଜର ପ୍ରାର୍ଥୀପତ୍ର ଦାଖଲ କରିବେ। ଏହା ପୂର୍ବରୁ ସେହିଦିନ ତାରାତାରିଣୀଙ୍କ ଦର୍ଶନ କରିବେ ଓ ପ୍ରାର୍ଥୀପତ୍ର ଦାଖଲ କରିବା ପରେ ଚିକିଟିରେ ଏକ ସମାବେଶକୁ ସମ୍ବୋଧନ କରିବେ।

ଭୁବନେଶ୍ୱର : ୩୦ ରେ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହିଞ୍ଜିଳି ବିଧାନସଭା ଆସନ ପାଇଁ ନିଜର ପ୍ରାର୍ଥୀପତ୍ର ଦାଖଲ କରିବେ। ଏହା ପୂର୍ବରୁ ସେହିଦିନ ତାରାତାରିଣୀଙ୍କ ଦର୍ଶନ କରିବେ ଓ ପ୍ରାର୍ଥୀପତ୍ର ଦାଖଲ କରିବା ପରେ ଚିକିଟିରେ ଏକ ସମାବେଶକୁ ସମ୍ବୋଧନ କରିବେ। ଗଞ୍ଜାମ ଜିଲ୍ଲାରେ ମାରାଥନ କ୍ୟାମ୍ପେନ କାର୍ଯ୍ୟକ୍ରମ ରହିଛି।

୧ ତାରିଖରେ ମୁଖ୍ୟମନ୍ତ୍ରୀ ଖଲ୍ଲିକୋଟ, କବିସୂର୍ଯ୍ୟନଗର, ଦିଗପହଣ୍ଡି ଓ ଛତ୍ରପୁରରେ ନିର୍ବାଚନ ପ୍ରଚାର କରିବେ। ୩ରେ ଭଞ୍ଜନଗର, ପୋଲସରା, ସାନଖେମୁଣ୍ଡି ଓ ସୋରଡ଼ା ସମାବେଶରେ ଯୋଗ ଦେବେ। ସେହିପରି ୬ ତାରିଖରେ ନବୀନଙ୍କର ଗୋପାଳପୁର ଓ ଆସ୍କାରେ ଦୁଇଟି ଜନସମାବେଶ କାର୍ଯ୍ୟକ୍ରମ ରହିଛି ।

ଆସନ୍ତା ୨୪ ତାରିଖରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ ତଥା ଦଳର ଶୀର୍ଷ ତାରକା ନବୀନ ପଟ୍ଟନାୟକ। ତାଙ୍କ ସହ ଦଳର ବରିଷ୍ଠ ନେତା ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ପ୍ରଚାର ପାଇଁ ହିଞ୍ଜିଳି ଗସ୍ତ କରିବେ ବୋଲି ସୂଚନା ମିଳିଛି।

୨୪ ତାରିଖ ସକାଳ ୧୦ଟା ୩୦ ମିନିଟରେ ହିଞ୍ଜିଳିରେ ଏକ ସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ। ଏହାପରେ ୧୧ଟା ୩୦ ମିନିଟରେ ଶେରଗଡ଼ରେ ଏକ ଜନସଭାରେ ଉଦବୋଧନ ଦେବେ। ମୁଖ୍ୟମନ୍ତ୍ରୀଙ୍କ ସହ ସମସ୍ତ କାର୍ଯ୍ୟକ୍ରମରେ ଯୋଗଦେବେ କାର୍ତ୍ତିକ ପାଣ୍ଡିଆନ୍।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.