ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋଗୋର ଟ୍ୟାଗ ଲାଇନ୍ ରହିଛି, ‘ଭାଷା ହିଁ ଭବିଷ୍ୟତ’ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ସଫଳତା କାମନା କରିଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ୍‌): ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋଗୋର ଟ୍ୟାଗ ଲାଇନ୍ ରହିଛି, ‘ଭାଷା ହିଁ ଭବିଷ୍ୟତ’ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ସଫଳତା କାମନା କରିଛନ୍ତି । ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ଫେବୃଆରୀ ୩ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ଆଶା କରୁଛି । ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି ।

ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଏବଂ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ଲାଗି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.