Below header

ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ଜି୨୦ ଅଧ୍ୟକ୍ଷତା ନେଇ ପ୍ରଧାନମନ୍ତ୍ରୀଙ୍କ ବୈଠକରେ ଯୋଗ ଦେବେ

(କେନ୍ୟୁଜ): ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଂଧ୍ୟା ୫ଟାରେ ରାଷ୍ଟ୍ରପତି ଭବନ କଲ୍‌ଚରାଲ ସେଣ୍ଟରରେ G20 ବ୍ରିଫିଂ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏଥିରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ସକାଳ ୧୦ଟା ୧୫ ମିନିଟ୍‌ରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଧ୍ୟାହ୍ନ ୧୨ଟା ୧୫ ମିନିଟ୍‌ରେ ଦିଲ୍ଲୀରେ ପହଞ୍ଚିବେ ।

ମଙ୍ଗଳବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବେ ବୋଲି ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ୨୦୨୩ ନଭେମ୍ବର ମାସ ସୁଦ୍ଧା ଜି-୨୦ର ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ । ଏଥିପାଇଁ ୫୫ଟି ସ୍ଥାନ ଚିହ୍ନଟ କରାଯାଇଛି । ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ପାଇଥିବା ୪ଟି କୀର୍ତିରାଜି ନିକଟରେ ୫ଟି ବୈଠକ କରାଯିବ । ଏହା ମଧ୍ୟରେ କୋଣାର୍କ ସୂର୍ଯ୍ୟ ମନ୍ଦିର ସ୍ଥାନ ପାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.