ରାଜ୍ୟ

ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ, ରାଜ୍ୟ ଓ ଦେଶର ଅନେକ ରେକର୍ଡ ଭାଙ୍ଗିଛନ୍ତି ନବୀନ

ଭୁବନେଶ୍ୱର (କେନ୍ୟୁଜ): ୨୪ ବର୍ଷ ୩ ମାସର ଲମ୍ବା ଶାସନ କାଳ  । ୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଠିକ ୨୪ ବର୍ଷ ୩ ମାସରେ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ।  ସୂଚନା ମୁତାବକ ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ପୂର୍ବାହ୍ନ ୧୧ଟା ୩୦ରେ ବାହାରିବେ ।  ରାଜଭବନରେ ପହଞ୍ଚି ରାଜ୍ୟପାଳ ରଘୁବର ଦାସଙ୍କୁ ଇସ୍ତଫାପତ୍ର ପ୍ରଦାନ କରିବେ । ନୂଆ ସରକାର ଗଢ଼ିବା ପର୍ଯ୍ୟନ୍ତ ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବରେ ରହିବାକୁ କହିପାରନ୍ତି ରାଜ୍ୟପାଳ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ । ବିଜେଡି ପରାଜିତ ହୋଇଥିଲେ ବି ଓଡ଼ିଶାବାସୀଙ୍କ ହୃଦୟରେ ଅଛନ୍ତି ନବୀନ ।

ଶାସନ ଅବଧିକୁ ନେଇ ରାଜ୍ୟ ଏବଂ ଦେଶରେ ଅନେକ ରେକର୍ଡ ଭାଙ୍ଗିଛନ୍ତି ନବୀନ । ରାଜ୍ୟରେ ସବୁଠୁ ଅଧିକ ଦିନ ଶାସନ କ୍ଷମତାରେ ରହିଥିଲେ । ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ରେକର୍ଡ ଭାଙ୍ଗିଛନ୍ତି । ଦେଶରେ ମଧ୍ୟ ବହୁ ରେକର୍ଡ ଭାଙ୍ଗିଛନ୍ତି ନବୀନ । ଜ୍ୟୋତି ବସୁଙ୍କ ଭଳି ଲମ୍ବା ଅବଧି ଧରି ମୁଖ୍ୟମନ୍ତ୍ରୀ ପଦରେ ଥିବା ଅନେକ ନେତାଙ୍କ ରେକର୍ଡ ଭାଙ୍ଗିଛନ୍ତି । ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହୋଇଥିଲେ ସବୁଠୁ ଲମ୍ବା ଅବଧିର ମୁଖ୍ୟମନ୍ତ୍ରୀ ଭାବେ ନୂଆ କୀର୍ତ୍ତିମାନ ସ୍ଥାପନ କରିଥାନ୍ତେ ।

 

 

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago