ଆସନ୍ତାକାଲି ଦିଲ୍ଲୀରୁ ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସ୍ବାଗତ କରିବେ ୫୦ ହଜାର ଲୋକ

କେନ୍ୟୁଜ୍(ବ୍ୟୁରୋ): ଆସନ୍ତାକାଲି ଦିଲ୍ଲୀରୁ ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧୧ଟା ବେଳେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ଦିଲ୍ଲୀରେ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ଵାର୍ଡ ଗ୍ରହଣ ପରେ ତାଙ୍କୁ ସ୍ୱାଗତ କରିବା ପାଇଁ ବିଜେଡି ପକ୍ଷରୁ ବିରାଟ ପ୍ରସ୍ତୁତି ଚାଲିଛି । ଆସନ୍ତାକାଲି ହେବାକୁ ଥିବା କାର୍ଯ୍ୟକ୍ରମରେ ବିଜେଡିର ବିଧାୟକ, ସାଂସଦ ଓ ମନ୍ତ୍ରୀମାନେ ଉପସ୍ଥିତ ରହିବେ । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ପ୍ରାୟ ୫୦ ହଜାର ଲୋକ ଆସିବେ। ଏନେଇ କମିସନରେଟ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାର କଡ଼ା ବନ୍ଦୋବସ୍ତ କରାଯାଇଥିବା ଡିସିପି ପ୍ରତୀକ ସିଂ କହିଛନ୍ତି।

ବିମାନବନ୍ଦରର ଯାତ୍ରୀଙ୍କ ଯେପରି କୌଣସି ଅସୁବିଧା ନହେବ ତା ଉପରେ ଦୃଷ୍ଟି ଦିଆଯାଇଛି। ଟ୍ରାଫିକ ନିୟନ୍ତ୍ରଣକୁ ଗୁରୁତ୍ୱ ଦିଆଯାଇଛି। ପାର୍କିଂ ପାଇଁ ୩ଟି ସ୍ଥାନ ଚିହ୍ନଟ କରାଯାଇଛି। କ୍ୟାପିଟାଲ ହସପିଟାଲ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ନିକଟରେ ମଧ୍ୟ ହେବ ପାର୍କିଂ। ସମ୍ଭାବ୍ୟ ଭିଡ଼କୁ ଦୃଷ୍ଟିରେ ରଖି ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ସୁରକ୍ଷା ଦାୟିତ୍ୱରେ ୮ଜଣ ଏଡିସିପି ଓ ୧୬ଜଣ ଏସିପି ରହିବେ। ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ। ଗତକାଲି କ୍ୟାପିଟାଲ୍‌ ଫାଉଣ୍ଡେସନ୍‌ ସୋସାଇଟି ପକ୍ଷରୁ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଥିଲା । .

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.