ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ଅନ୍ତର୍ଗତ ଶେରଗଡ଼ରେ ପ୍ରଥମେ ପହଞ୍ଚିବେ । ସେଠାରେ ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ୱର (କେନ୍ୟୁଜ୍‌) : ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ଅନ୍ତର୍ଗତ ଶେରଗଡ଼ରେ ପ୍ରଥମେ ପହଞ୍ଚିବେ । ସେଠାରେ ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏହାପରେ ସାଧାରଣ ସଭାରେ ଯୋଗ ଦେବେ ।

ସେଠାରୁ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ଉପକଣ୍ଠ ତଥା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶୀତଳାପଲ୍ଲୀଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦାନ କରିବେ । ଏହି ଅବସରରେ ବହୁ ମେଗା ପ୍ରକଳ୍ପ ସହ ଦୀର୍ଘ ବର୍ଷ ଧରି ଫୋକସରେ ରହି ଆସିଥିବା ଛେଳିଗଡ଼ ଜଳ ପ୍ରକଳ୍ପ ଟନେଲର ଉଦଘାଟନ ସହ ଡ୍ୟାମ୍ ନିର୍ମାଣ ପାଇଁ ଶିଳାନ୍ୟାସ ଦେବେ ମୁଖ୍ୟମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.