ଆଜି କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୨ ହଜାର ୮୫ କୋଟିର ୧୦୬ଟି ପ୍ରକଳ୍ପ ଭେଟି ଦେବେ

କଳାହାଣ୍ଡି: ମକର ସଂକ୍ରାନ୍ତିରେ କଳାହାଣ୍ଡିରେ ବିକାଶର ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡି ହେବାକୁ ଯାଉଛି । କଳାହାଣ୍ଡିବାସୀଙ୍କୁ ୨୦୮୫ କୋଟି ଟଙ୍କାର ୧୦୬ଟି ପ୍ରକଳ୍ପ ଉପହାର ଦେବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

୧ ହଜାର ୬୪ କୋଟି ଟଙ୍କାର ୫୪ଟି ପ୍ରକଳ୍ପ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ସେହିଭଳି ୧ ହଜାର ୨୦ କୋଟି ଟଙ୍କାର ୫୨ଟି ପ୍ରକଳ୍ପ କାମର ଶୁଭ ଦିଆଯିବ । ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ୨୮ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.