‘ମୋ ସରକାର’ ଅଧିନକୁ ଆସିବ ଜନ ଅଭିଯୋଗ ଶୁଣାଣି, ଲୋକଙ୍କୁ ଫୋନ କରିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମୋ ସରକାର ଅଧିନକୁ ଆସିବ ଜନ ଅଭିଯୋଗ ଶୁଣାଣି । ଆସନ୍ତା ମାସରୁ ଲୋକଙ୍କୁ ଫୋନ କରି ଅଭିଯୋଗର ସମାଧାନ ସମ୍ପର୍କରେ ପଚାରି ବୁଝିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର (କେନ୍ୟୁଜ): ଲୋକଙ୍କୁ ଫୋନ କରିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ମୋ ସରକାର ଅଧିନକୁ ଆସିବ ଜନ ଅଭିଯୋଗ ଶୁଣାଣି । ଆସନ୍ତା ମାସରୁ ଲୋକଙ୍କୁ ଫୋନ କରି ଅଭିଯୋଗର ସମାଧାନ ସମ୍ପର୍କରେ ପଚାରି ବୁଝିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଭିନ୍ନ ଜିଲ୍ଲାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଜନ ଅଭିଯୋଗ ଶୁଣାଣି ମୋ ପାଇଁ ସବୁଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ।ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ବିଭିନ୍ନ ଜିଲ୍ଲାକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଅଧିକାରୀମାନେ ବିଭିନ୍ନ ଜିଲ୍ଲା ଓ ବ୍ଲକ ସ୍ତରକୁ ଯାଇ ଅଭିଯୋଗ ଶୁଣାଣି କରୁଛନ୍ତି । ଆସନ୍ତା ମାସରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଲୋକଙ୍କୁ ଫୋନ୍‌ କରାଯାଇ ସେମାନଙ୍କ ସମସ୍ୟାର କିପରି ସମାଧାନ କରାଯାଉଛି, ସେ ସମ୍ପର୍କରେ ମତାମତ ନିଆଯିବ ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ମୁଁ ଆଶା କରୁଛି ସମସ୍ତ ବିଭାଗ ଗୁଡିକ ଲୋକଙ୍କ ଅଭିଯୋଗକୁ ପ୍ରାଥମିକତା ଭିତ୍ତିରେ ଶୁଣାଣି କରି ସମାଧାନ କରିବେ । ରାଜ୍ୟର ସମସ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ଲୋକଙ୍କ ଅଭିଯୋଗ ଉପରେ ଗୁରୁତ୍ବ ଦେଇ ସମାଧାନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ଜନ ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ‘ମୋ ସରକାର’ ଅଧିନରେ ଗ୍ରହଣ କରାଯାଇ ଲୋକଙ୍କ ସମସ୍ୟାର ସମାଧାନ କିପରି କରାଯାଉଛି, ସେ ବିଷୟରେ ତଥ୍ୟ ସଂଗ୍ରହ କରାଯିବ । ଆସନ୍ତା ମାସ ଠାରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜନସାଧାରଣଙ୍କୁ ଫୋନ କରାଯାଇ ସେମାନଙ୍କ ସମସ୍ୟାର କିପରି ସମାଧାନ କରାଯାଉଛି, ସେ ସଂପର୍କରେ ମତାମତ ନିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.