Below header

ଜନଜାତି ଲୋକଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଜନଜାତି ଲୋକଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ପ୍ରତ୍ୟାହାର ହେବ ଜଙ୍ଗଲ ଓ ଅବକାରୀ ସଂପର୍କିତ ୪୮ହଜାର ୧୮ ମାମଲା ।

ଜନଜାତି ଲୋକଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ପ୍ରତ୍ୟାହାର ହେବ ଜଙ୍ଗଲ ଓ ଅବକାରୀ ସଂପର୍କିତ ୪୮ହଜାର ୧୮ ମାମଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ ।

ମକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ତିନୋଟି ବିଭାଗର ସମୁଦାୟ ୪୮ହଜାର ୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହାର କରିବା ପାଇଁ ନିଷ୍ପତ୍ତି ହୋଇଛି। ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬ହଜାର ୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯ହଜାର ୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି। ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.