Below header

ପାର୍ବଣରେ CMC ଅଞ୍ଚଳରେ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ଆଉ କିଛିଦିନ ପରେ କଟକ ବିଭିନ୍ନ ଗଳିକନ୍ଦିରେ ମା’ଙ୍କର ପୂଜାରେ ଝଲସି ଉଠିବ । ସତେ ଯେମିତି ରୌପ୍ୟ ନଗରୀ ନୂଆ ରୂପରେ ସଜେଇ ହେବ । ବର୍ଷର ଏଇ ଦିନଟିକୁ ଖୁସିର ସହିତ ଉପଭୋଗ କରିବା ପାଇଁ କଟକବାସୀ ବର୍ଷ ସାରା ଉତ୍ସୁକତାର ସହିତ ଦିନ ଗଣୁଥାନ୍ତି । ତେବେ ଅନେକ ସମୟରେ ପୂଜା ସମୟରେ ଗ୍ରାଉଣ୍ଡ ରେଣ୍ଟକୁ ନେଇ କିଛି ସମସ୍ୟା ଦେଖାଦେଇଥାଏ ।

ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ଏହା ଦ୍ୱାରା କଟକ ମହାନଗର ନିଗମ ଅଞ୍ଚଳରେ ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ ପୂଜା ଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ । ଚଳିତ ବର୍ଷ ଆଗାମୀ ଦିନରେ ଦୂର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ଓ କାର୍ତ୍ତିକେଶ୍ୱର ପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାର ଅଛି। ଏସବୁ ପୂଜା ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ କଟକ ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.