ରାଜ୍ୟରେ ବନ୍ୟା ପରିସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଭୁବନେଶ୍ବର : ଆଜି ରାଜ୍ୟରେ ଲଘୁଚାପ ବର୍ଷା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇଥିବା ବେଳେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଆୟୋଜନ କରିଛନ୍ତି। ଏଥିପାଇଁ ସଚିବାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ । ସବୁ ବିଭାଗକୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ସ୍ୱତନ୍ତ୍ର ରିଲିଫ୍ କମିଶନର ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି । ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକାରୀଙ୍କୁ ସଜାଗ ରଖାଯାଇଛି। ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷା ଜାରି ରହିବା ସୂଚନା ରହିଛି। ଏହା ପରେ ବର୍ଷାର ପରିମାଣ କମିବ ବୋଲି ଏସଆରସି ସୂଚନା ଦେଇଛନ୍ତି ।

Leave A Reply

Your email address will not be published.