ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି। ସମସ୍ତ ଦୁର୍ବଳ ନଦୀବନ୍ଧ ଗୁଡ଼ିକର ତୁରନ୍ତ ସୁଦୃଢ଼ୀକରଣ ସହ ବନ୍ୟା ସମୟରେ ସଜାଗ ରହି ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଜଳ ସମ୍ପଦ ବିଭାଗର ବିଭିନ୍ନ ଯୋଜନା ଅଧୀନରେ ଚାଲୁ ରହିଥିବା ପ୍ରକଳ୍ପ ଗୁଡିକୁ ଧାର୍ଯ୍ୟ ସମୟ ମଧ୍ୟରେ ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ବୈଠକରେ ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।