ଶ୍ରଦ୍ଧାଳୁଙ୍କ ସୁରକ୍ଷା ପ୍ରାଥମିକତା, ଘୋଷଯାତ୍ରା ପାଇଁ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ  

ପୁରୀ: ପବିତ୍ର ରଥଯାତ୍ରା ସମୟରେ ଶ୍ରୀକ୍ଷେତ୍ରରେ ସମ୍ଭାବ୍ୟ ଲଗାତାର ବର୍ଷା ଓ ଜଳବନ୍ଦୀ ସମସ୍ୟାର ସଫଳ ପରିଚାଳନା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ସୁବିଧାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ବଡ଼ଦାଣ୍ଡ ସମେତ ସମଗ୍ର ସହରରୁ ଜଳ ନିଷ୍କାସନ ଓ ଅନ୍ୟାନ୍ୟ ଆବଶ୍ୟକୀୟ ପଦକ୍ଷେପ ପାଇଁ ପୁରୀ ଜିଲ୍ଲା ପ୍ରଶାସନ, ପୌରପାଳିକା ଓ ସମ୍ପୃକ୍ତ ବିଭାଗଗୁଡ଼ିକୁ ହାଇ-ଆଲର୍ଟରେ ରହିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ସହରରେ ନିରବଚ୍ଛିନ୍ନ ସ୍ୱାସ୍ଥ୍ୟ ସେବା, ପାନୀୟ ଜଳ ଏବଂ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଶ୍ରଦ୍ଧାଳୁଙ୍କ ସୁରକ୍ଷା ସହ ଶୃଙ୍ଖଳିତ ରଥଯାତ୍ରା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିବଦ୍ଧ ।

ରଥଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି । ଶ୍ରଦ୍ଧାଳୁଙ୍କ ସୁରକ୍ଷା, ସୁବିଧା ଏବଂ ଶୃଙ୍ଖଳିତ ରଥଯାତ୍ରା ଆୟୋଜନ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିବଦ୍ଧ ବୋଲି ସେ ସ୍ପଷ୍ଟ କରିଛନ୍ତି ।

 

Also Read: ପାଠ୍ୟପୁସ୍ତକ ତ୍ରୁଟି ମାମଲା, ଗିରଫ ଆଶଙ୍କାରେ ହାଇକୋର୍ଟ ଗଲେ ଦୁଇ ପ୍ରିଣ୍ଟର