ରାଜ୍ୟ

ବରଗଡ ଜିଲ୍ଲାରେ ହେବ ୩ଟି ନୂଆ ବୃହତ୍ ସେତୁ, ୩୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ବରଗଡ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ  ଭି.କେ. ପାଣ୍ଡିଆନ ଗତ ଜୁନ୍ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ  ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି। ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ। ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବରଗଡ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲ୍ଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି ହେବ। ଏହାଦ୍ୱାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ।

ସେହିପରି ବରଗଡ ପୌରାଞ୍ଚଳ ଆଗାଁ ନଳା ଉପରେ ୬୦ ମିଟର ଦୀର୍ଘ ସେତୁ ନିର୍ମାଣ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ବରଗଡ ଜିଲ୍ଲା ମୁଖ୍ୟାଳୟ ସହିତ ପରପାଲି ଓ ଭେଡେନ ବ୍ଲକ ମୁଖ୍ୟାଳୟକୁ ଯୋଡିବ । ଏହାଦ୍ୱାର ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

ତୃତୀୟ ସେତୁଟି ସରଳା ନାଳ ଉପରେ ନିର୍ମାଣ କରାଯିବ। ୧୫୦ ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଭଟଲି ବ୍ଲକ ମୁଖ୍ୟାଳୟକୁ ବରଗଡ ଓ ଅତାବିରା ବ୍ଲକ ମୁଖ୍ୟାଳୟକୁ ଯୋଡିବ। ଏହାଦ୍ୱାରା ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

Sasmita

Recent Posts

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

14 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

18 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

21 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

26 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

38 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

44 mins ago