ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ, ଆଜି ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଓ ଜଗତସିଂହପୁର କରିବେ ପ୍ରଚାର

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା, ଜଗତସିଂହପୁର ଗସ୍ତରେ ଯାଇ ଦଳୀୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ।

 ଭୁବନେଶ୍ୱର : ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଜମୁଛି ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ବିଭିନ୍ନ ଦଳର ହେଭିୱେଟ୍ ନେତା । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା, ଜଗତସିଂହପୁର ଗସ୍ତରେ ଯାଇ ଦଳୀୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ପ୍ରଥମେ ସକାଳ ୧୦ଟା ୪୫ରେ କେନ୍ଦ୍ରାପଡ଼ା ବାରୋ ପଡିଆରେ ପହଞ୍ଚି ନିର୍ବାଚନୀ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହାପରେ ପାରାଦୀପ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରାହାମାରେ ପହଞ୍ଚିବେ । ଏହାପରେ ଜଗତସିଂହପୁରରେ ନିର୍ବାଚନୀ ସଭାରେ ଯୋଗଦେବେ । ସମାବେଶରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ ।

Leave A Reply

Your email address will not be published.