ରାଜ୍ୟ

ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ବିକାଶ ପ୍ରକଳ୍ପକୁ ଅନୁମୋଦନ, ଏକ ଘଣ୍ଟାରେ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ଏକ ଘଣ୍ଟାରେ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି । ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ବିକାଶ ପ୍ରକଳ୍ପକୁ ଅନୁମୋଦନ । ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖିଣ୍ଡାର ବିକାଶ ସହ ଏହାକୁ ଏକ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ୬ କୋଟି ୪୧ ଲକ୍ଷ ଟଙ୍କା ମଧ୍ୟ ମୁଖ୍ୟମନ୍ତୀ ଅନୁମୋଦନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସମ୍ବଲପୁର ଗସ୍ତରେ ଥିବା ଫାଇଭ ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଖିଣ୍ଡା ଯାଇ ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଦେଇଥିଲେ ଏବଂ ତାଙ୍କ ଜନ୍ମ ପୀଠ ଖିଣ୍ଡାର ବିକାଶ ସଂପର୍କରେ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ । ଏହାପରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଫୋନ ଯୋଗେ ଅବଗତ କରାଇଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଏବଂ ଏକ ଘଣ୍ଟା ଭିତରେ ନିଷ୍ପତ୍ତି ନେଇ ‘ଡେଭଲପମେଣ୍ଟ ଅଫ ବୀର ସୁରେନ୍ଦ୍ର ସାଏ ଆର୍ଥ ପ୍ଲେସ ଏଟ୍‌ ଖିଣ୍ଡା, Samabalpur’ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।

Sasmita

Recent Posts

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

4 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

18 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago