ରାଜ୍ୟ

ଦରମା ବୃଦ୍ଧି ନେଇ ଖୁସି ଖବର ଦେବେ ମୁଖ୍ୟମନ୍ତ୍ରୀ, ସୂଚନା ଦେଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଖୁବଶୀଘ୍ର ଭତ୍ତା ସହ ଆଶା, ଅଙ୍ଗନବାଡ଼ି ଦିଦି, ସ୍ବଚ୍ଛ ସାଥୀଙ୍କ ଦରମା ବୃଦ୍ଧି ନେଇ ଖୁସି ଖବର ଦେବେ ମୁଖ୍ୟମନ୍ତ୍ରୀ । ଏ ନେଇ ଗଜପତିରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସୂଚନା ଦେଇଛନ୍ତି । ସେହିପରି ୭ ମାସରେ ଗଜପତି ଜିଲ୍ଲାକୁ ମିଳିଛି ୨୭୯ କୋଟି ଟଙ୍କା ।

ପାରଳାଖେମୁଣ୍ଡି ଚାରି ଥାକିଆ ବାଇପାସ ରାସ୍ତା ପାଇଁ ୫୦ କୋଟି ମଞ୍ଜୁର କରାଯାଇଛି । ଗତବର୍ଷ ମେ ୧୦ ତାରିଖରେ ଗଜପତି ଆସି ୩୮୦ ଦରଖାସ୍ତ ପାଇଥିଲେ। ଏଥି ମଧ୍ୟରୁ ୩୫୦ଟି ଦରଖାସ୍ତ ସମାଧାନ ହୋଇଥିବା 5T ଅଧ୍ୟକ୍ଷ ସୂଚନା ଦେଇଛନ୍ତି ।

ଗ୍ରାମାଞ୍ଚଳରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ନଥିବା ଲୋକଙ୍କୁ ବିଏସକେଓ୍ବାଇ ନବୀନ କାର୍ଡ ପାଇଁ ଆବେଦନ କରିବାକୁ କୁହଯାଇଛି। ନୂଆ ଓଡ଼ିଶା ଗଠନ କରିବାକୁ ଆହ୍ବାନ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ । ଏପଟେ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମରେ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ 5T ଅଧ୍ୟକ୍ଷ । ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି । ପାଠପଢା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକାଶ ଉପରେ ଗୁରୁତ୍ବାରୋପ କରିଛନ୍ତି ।

Niharanjan

Recent Posts

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

57 seconds ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

36 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

48 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

1 hour ago