ଆସନ୍ତାକାଲି ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ: ଗରିବ ଲୋକଙ୍କୁ ସାହାଯ୍ୟ କରିବାସହ ରକ୍ତ ଓ ପ୍ଲାଜ୍‌ମା ଦାନ କରିବାକୁ କଲେ ନିବେଦନ

ଭୁବନେଶ୍ବର: ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ । କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଜନ୍ମ ଦିନ ପାଳନ କରିବେ ନାହିଁ । ଓଡ଼ିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ପାଇଁ ସେ ସବୁବେଳେ ଋଣୀ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଗତ ୮ ମାସ ହେଲା କୋଭିଡ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି । ଆସନ୍ତାକାଲି ନବୀନ ନିବାସ ନ ଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବାକୁ ସେ କହିଛନ୍ତି । ରକ୍ତ ଦାନ କରିବା ଓ ପ୍ଲାଜମା ଦାନ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.