ରାଜ୍ୟରେ ଉଦ୍‌ବେଗଜନକ ସ୍ଥିତିରେ କରୋନା ସଂକ୍ରମଣ: ଆଜି ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ସବୁ ଜିଲ୍ଲାପାଳ, ଏସ୍‌ପିଙ୍କ ସହ ଭିଡିଓ କନ୍‌ଫରେନ୍‌ସିଂରେ ଆଲୋଚନା

ଭୁବନେଶ୍ବର: ରାଜ୍ୟରେ ଉଦ୍‌ବେଗଜନକ ସ୍ଥିତି ଆଡକୁ ଗତି କରୁଛି କରୋନା ସଂକ୍ରମଣ । ଆଜି ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସବୁ ଜିଲ୍ଲାପାଳ, ଏସ୍‌ପିଙ୍କ ସହ ଭିଡିଓ କନ୍‌ଫରେନ୍‌ସିଂରେ ଆଲୋଚନା କରିବେ ।

ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଓ ସଚିବମାନେ ଉପସ୍ଥିତ ରହିବେ । କରୋନା ବଢୁଥିବାରୁ ଆସନ୍ତା ୨୪ ତାରିଖରୁ ରାଜ୍ୟର ସବୁ ସହରାଞ୍ଚଳରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ଲାଗୁ ହେଉଛି । ଅନ୍ୟ ଦିନରେ ଗତ ୧୭ ତାରିଖରୁ ନାଇଟ୍‌ କର୍ଫୁ ଲାଗୁ କରାଯାଇଛି । ଏପରି ସ୍ଥଳେ ଜିଲ୍ଲା ପ୍ରଶାସନ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରି ସଂକ୍ରମଣ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେବାକୁ ମାର୍ଗଦର୍ଶନ କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.