ଆଜିଠୁ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଅନେକ ପ୍ରକଳ୍ପର କରିବେ ଉଦଘାଟନ ଓ ଶିଳାନ୍ୟାସ

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ । ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ ପଟ୍ଟନାୟକ । ତାଙ୍କ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ଅନ୍ତର୍ଗତ ଶେରଗଡ଼ରେ ପ୍ରଥମେ ପହଞ୍ଚିବେ । ସେଠାରେ ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ।

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ । ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ ପଟ୍ଟନାୟକ । ତାଙ୍କ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ଅନ୍ତର୍ଗତ ଶେରଗଡ଼ରେ ପ୍ରଥମେ ପହଞ୍ଚିବେ । ସେଠାରେ ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ସେଠାରୁ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ଉପକଣ୍ଠ ତଥା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶୀତଳାପଲ୍ଲୀଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବେ ।

ଏହି ଅବସରରେ ବହୁ ମେଗା ପ୍ରକଳ୍ପର ଉଦଘାଟନ, ଘରୋଇ ହସ୍ପିଟାଲର ଉଦଘାଟନ କରିବେ । ଗୋପାଳପୁରରେ ଦୁଇଟି ଘରୋଇ ମେଗା ଶିଳ୍ପ ପ୍ରତିଷ୍ଠା ପାଇଁ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ l ବୃହତ ଗ୍ରୀନ୍ ହାଇଡ୍ରୋଜେନ୍ ଏବଂ ଆମୋନିଆ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏହି ଦୁଇଟି ପ୍ରକଳ୍ପରେ ମୋଟ୍ ୩୫ ହଜାର କୋଟି ଟଙ୍କା ନିବେଶ ହେବ । ମୋଟ୍ ୫ହଜାର ୫୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.