ଆସନ୍ତା ୧୨ରେ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ଲୋକାର୍ପିତ କରିବେ ୨ଟି ବୃହତ ଜଳସେଚନ ପ୍ରକଳ୍ପ

ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମୟୂରଭଞ୍ଜ ଗସ୍ତ । ଲୋକାର୍ପିତ କରିବେ ୨ଟି ବୃହତ ଜଳସେଚନ ପ୍ରକଳ୍ପ । ରାସଗୋବିନ୍ଦପୁରଠାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପକୁ ଲୋକାର୍ପିତ କାର୍ଯ୍ୟକ୍ରମ ରହିଥିବା ବେଳେ କରିଆଠାରେ ଦେଓ ଜଳସେଚନ ପ୍ରକଳ୍ପକୁ ଲୋକର୍ପିତ କରିବେ ।

ପ୍ରଥମେ ରାସଗୋବିନ୍ଦପୁରର ଟିକପଡାଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ପରେ କରିଆ ହାତିବାଡିଠାରେ ଦେଓ ପ୍ରକଳ୍ପକୁ ଲୋକାର୍ପିତ କରିବେ । ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଦଳୀୟ ନେତା ଓ କର୍ମୀ ମଧ୍ୟ ତତ୍ପର । ପ୍ରାୟ ୩ ବର୍ଷ ପରେ ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରୁଥିବାରୁ ଦଳୀୟ କର୍ମୀ ଓ ନେତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.