ଆଜି ସମ୍ବଲପୁରରେ ଚାଲିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ସମ୍ୱଲପୁର : ଆଜି ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର ।  ମହାନଗର ନିଗମ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ଜନଶଣାଣି ପାଇଁ ହଜାରେ ଲୋକ ପଞ୍ଜିକରଣ କରିଛନ୍ତି ।  ସକାଳ ୮ଟାରୁ ଗୋଟିଏ ୩୦ ମିନିଟ ପର୍ଯ୍ୟନ୍ତ ଅଭିଯୋଗ ଶୁଣାଣି ଚାଲିବ ।

ମହାନଗର ନିଗମ କାର୍ଯ୍ୟାଳୟରେ ଚାଲିଛି ଅଭିଯୋଗ ଶୁଣାଣି । ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ହଜାରେ ଲୋକ ପଞ୍ଜିକରଣ କରିଛନ୍ତି । ସକାଳ ୮ଟାରୁ ଗୋଟିଏ ୩୦ ମିନିଟ ପର୍ଯ୍ୟନ୍ତ ଅଭିଯୋଗ ଶୁଣାଣି ଚାଲିବ ।  ଅଭିଯୋଗ ନେଇ ଆସିଛନ୍ତି ୧୦ ଜିଲ୍ଲାର ଲୋକ ।  ମୁଖ୍ଯମନ୍ତ୍ରୀଙ୍କ ସହ ମନ୍ତ୍ରୀମାନେ ଜନ ଅଭିଯୋଗ ଶୁଣାଣି ଶିବିରରେ ଉପସ୍ଥିତ ଅଛନ୍ତି ।  ୧୦ ମନ୍ତ୍ରୀଙ୍କ ସହ ୧୩ ଜଣ ବିଭାଗୀୟ ସଚିବ ଉପସ୍ଥିତ ଅଛନ୍ତି। ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ସୁରେଶ ପୂଜାରୀ, ମୁକେଶ ମହାଲିଙ୍ଗ, ରବି ନାଏକ ଭଳି ବରିଷ୍ଠ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ।  ଉପସ୍ଥିତ ଅଛନ୍ତି ୧୩ ବରିଷ୍ଠ ଜଣ ଆଇଏଏସ୍ ।

ଗତକାଲି ସମ୍ବଲପୁର ପହଞ୍ଚି ମା ସମଲେଇଙ୍କ ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଏହା ସହ ସମଲେଇ ପ୍ରକଳ୍ପ ଅଞ୍ଚଳ ବୁଲିଛନ୍ତି ।  ତାଙ୍କ ସାଙ୍ଗରେ ଉପମୁଖ୍ଯମନ୍ତ୍ରୀ କେଭି ସିଂଦେଓ, ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ, ପଂଚାୟତିରାଜମନ୍ତ୍ରୀ ରବି ନାରାୟଣ ନାଏକ, ଜଙ୍ଗଲ ମନ୍ତ୍ରୀ ଗଣେଷରାମ ଖୁଣ୍ଟିଆ, ବିଧାୟକ ଜୟନାରାୟଣ ମିଶ୍ର ପ୍ରମୁଖ ଥିଲେ ।

ଶୁଣାଣି ପୂର୍ବରୁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଗତକାଲି ମହାନଗର ନିଗମ କାର୍ଯ୍ୟାଳୟରେ ବୈଠକ କରିଥିଲେ ।  ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର ପାଇଁ ବ୍ୟକ୍ତିଗତ ଅପେକ୍ଷା ଗୋଷ୍ଠିଗତ ଅଭିଯୋଗ ଅଧିକ ପଞ୍ଜୀକୃତ ହୋଇଛି ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା କରାଯାଇଥିବା ଶ୍ରୀ ପୂଜାରୀ କହିଥିଲେ ।  ଏହି ଶିବିରରେ ୧୧ ଜଣ ମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଏବଂ ୧୦ଟି ଜିଲ୍ଲାର ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ରହିବେ ।

Also read: ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ସାମିଲ ହେବେ ୧୦ରୁ ଅଧିକ ମନ୍ତ୍ରୀ