Below header

କେନ୍ଦ୍ର ସାର ଓ ରସାୟନମନ୍ତ୍ରୀ ମନସୁଖ ମାଣ୍ଡଭିୟାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ବର(କେନ୍ଯୁଜ୍): କେନ୍ଦ୍ର ସାର ଓ ରସାୟନମନ୍ତ୍ରୀ ମନସୁଖ ମାଣ୍ଡଭିୟାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି । ଓଡ଼ିଶାକୁ ସାର ଯୋଗାଣକୁ ନେଇ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମେ’, ଜୁନ୍‌ ଓ ଜୁଲାଇରେ ନିଅଣ୍ଟିଆ ସାର ଯୋଗାଣ ହୋଇଛି। ତୁରନ୍ତ ଏହି ସାର ଯୋଗାଇବାକୁ କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି ନବୀନ ।

ଜୁଲାଇ ମଧ୍ୟ ଭାଗରୁ ସେପ୍ଟେମ୍ବର ମଧ୍ୟରେ ଓଡ଼ିଶାରେ ୟୁରିଆର ଅଧିବ ବ୍ୟବହାର ହୋଇଥାଏ । ସାରର ଅଭାବ ରହିଲେ ଚାଷ କାର୍ଯ୍ୟ ପ୍ରଭାବିତ ହୋଇପାରେ । ରାଜ୍ୟର କିଛି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଏପ୍ରିଲରେ ସଠିକ ସାର ଯୋଗାଣ ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସାର ଓ ରସାୟନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଅନ୍ୟପଟେ ବିଜେଡି ସାଂସଦମାନେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଏସମ୍ପର୍କରେ ଦାବି ଜଣାଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.