ରାଜ୍ୟ

ଆଜି କେନ୍ଦୁଝରରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର, ୨ଟି ନିର୍ବାଚନ ମଣ୍ଡଳୀରେ କରିବେ କ୍ୟାମ୍ପେନ

କେନ୍ଦୁଝର (କେନ୍ୟୁଜ): ଆଜି କେନ୍ଦୁଝର ଜିଲ୍ଲାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର ।  ୨ଟି ନିର୍ବାଚନ ମଣ୍ଡଳୀରେ କ୍ୟାମ୍ପେନ କରିବେ। ସକାଳ ୧୦ଟା୧୫ ମିନିଟରେ ପ୍ରଥମେ ସଦର ନିର୍ବାଚନ ମଣ୍ଡଳୀର ସିଲିସୁଆଁ ଫୁଟବଲ୍ ପଡିଆରେ ବିମାନ ଯୋଗେ ଅବତରଣ କରି ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେବେ । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏଠାରେ ୪୦ ହଜାର ଲୋକଙ୍କ ସମାବେଶ ହେବ ।  ଏଥିରେ ୫ଟି ନିର୍ବାଚନ ମଣ୍ଡଳୀର ବିଜେଡ଼ି ବିଧାୟକ ପ୍ରାର୍ଥୀ ତଥା ସାଂସଦ ପ୍ରାର୍ଥୀ ଉପସ୍ଥିତ ରହିବେ ।

ପରେ ମୁଖ୍ୟମନ୍ତ୍ରୀ ଆନନ୍ଦପୁର ନିର୍ବାଚନ ମଣ୍ଡଳୀର ହାଟଡିହି ନିକଟ ଅଣା ଫୁଟବଲ୍ ପଡିଆରେ ୧୧ଟା ୧୫ ମିନିଟ୍ ରେ ପହଞ୍ଚି ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।  ମୁଖ୍ୟମନ୍ତ୍ରୀଙ୍କର ଗସ୍ତ କାର୍ଯ୍ୟକ୍ରମ ପାଇଁ ପୋଲିସ୍ ତରଫରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ।  ଏଥର କେନ୍ଦୁଝର ଲୋକସଭା ପାଇଁ ବିଜେଡି ପ୍ରାର୍ଥୀ ଅଛନ୍ତି ଧନୁର୍ଜୟ ସିଦ୍ଧୁ।  ଘସିପୁରାରେ ବଦ୍ରି ନାରାୟଣ ପାତ୍ର, ପାଟଣାରେ ଜଗନ୍ନାଥ ନାୟକ , ତେଲକୋଇରେ ମାଧବ ସର୍ଦ୍ଦାର, ଆନନ୍ଦପୁରରେ ଅଭିମନ୍ୟୁ ସେଠୀ, କେନ୍ଦୁଝରରେ ମୀନା ମାଝୀ, ଚମ୍ପୁଆରେ ସନାତନ ମହାକୁଡ଼, ଓ କରଞ୍ଜିଆରେ ବାସନ୍ତୀ ହେମ୍ବ୍ରମଙ୍କୁ ପ୍ରାର୍ଥୀ କରିଛି ବିଜେଡି ।  ଏପଟେ ଭଦ୍ରକର ଧାମନଗର ଛକରେ ଜନସଭାକୁ ସମ୍ବୋଧନ କରିବେ ନବୀନ ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

11 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

11 hours ago