ପରୀକ୍ଷା ଓ ଗରମକୁ ଦୃଷ୍ଟିରେ ରଖି ଓଡିଶାରେ ହେବ ନାହିଁ ବିଜୁଳି କାଟ୍, ବିଦ୍ୟୁତ ବିତରକ କମ୍ପାନୀକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

କେନ୍ୟୁଜ୍(ବ୍ୟୁରୋ): ସରିଲା ବୈଠକ। ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ବିଜୁଳି ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ। ବିଜୁଳି ବଣ୍ଟନ କାରୀ କମ୍ପାନୀମାନଙ୍କୁ ଦିଆଯାଇଛି ନିର୍ଦ୍ଦେଶ । ପରୀକ୍ଷା ଓ ଗରମକୁ ଦୃଷ୍ଟିରେ ରଖି ବିଜୁଳି ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଖରା ତାତି ବଢୁଥିବାରୁ ଓ ପିଲାଙ୍କ ପରୀକ୍ଷା ଥିବାରୁ ବିଜୁଳି ଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଦ୍ୟୁତ ଚାହିଦା ବଢ଼ୁଛି । ପିକ ସମୟରେ ୧୦ ପ୍ରତିଶତ ଅଧିକ ଚାହିଦା ରହୁଛି । ରାଜ୍ୟରେ ବର୍ତ୍ତମାନ ବିଜୁଳି ଯୋଗାଣରେ ଯେଉଁ ସମସ୍ୟା ରହିଛି ତାହା ସାମୟିକ ସମସ୍ୟା। ଦିନ ସମୟରେ ବିଜୁଳି ଯୋଗାଣରେ ଯେପରି କୌଣସି ଅସୁବିଧାନ ହେବ ସେ ନେଇ ଡ଼ିସକମ ମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ ।

ସମସ୍ତ ଆଇଆଇପି ବା ବିଦ୍ୟୁତ ଉତ୍ପାଦନ କାରୀ ସଂସ୍ଥା ମାନଙ୍କୁ କୋଇଲା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।ରାଜ୍ୟର ସମସ୍ତ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଅନବରତ ବିଜୁଳି ଯୋଗାଣକୁ ସୁନିଶ୍ଚିତ କରିବାକୁ ପାଇଁ ସମସ୍ତ ଡିସିକମ ମାନଙ୍କୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.