ସମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରସ୍ତୁତ ରୁହ: ସବୁ ଜିଲ୍ଲାପାଳଙ୍କ ସମେତ ଏସପି ଓ CDMOଙ୍କୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

କେନ୍ୟୁଜ୍(ବ୍ୟୁରୋ): ସମ୍ଭାବ୍ୟ ତୃତୀୟ ଲହର ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ଆଜି ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର । ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଓ ସଜାଗ ରହିବା ପାଇଁ ସବୁ ଜିଲ୍ଲାପାଳ, ଏସପି ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟ ସଚିବ କହିଛନ୍ତି, ବର୍ତ୍ତମାନ ସ୍କୁଲ, କଲେଜରେ ଶିକ୍ଷାଦାନ ଆରମ୍ଭ ହୋଇଛି । ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି ପାଇଛି ।

ବିଡିଓ, ସରପଞ୍ଚ, ଓ୍ଵାର୍ଡମେମ୍ବର, ଅଙ୍ଗନବାଡି କର୍ମୀ ଓ ସ୍ୱେଚ୍ଛାସେବୀଙ୍କ ଜରିଆରେ ସବୁ ଅଞ୍ଚଳର ବାସ୍ତବ ସ୍ଥିତି ବାବଦରେ ତଥ୍ୟ ସଂଗ୍ରହ କରିବାକୁ କୁହାଯାଇଛି । କୋଭିଡ୍‌ ସଂକ୍ରମଣ ଜଣାପଡିବା ମାତ୍ରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ସଚିବ । ଘରକୁ ଘର ଅଭିଯାନରେ ଟିକାକରଣକୁ ଅଧିକ ତ୍ୱରାନ୍ଵିତ କରିବାକୁ କୁହାଯାଇଛି । କୋଭିଡ୍‌ ଗାଇଡଲାଇନକୁ କଡ଼ାକଡ଼ି ପାଳନ ଉପରେ ଗୁରୁତ୍ୱ ଦିଆଯାଇଛି । ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.