ରାଜ୍ୟ

ଦିନ ୧୦ଟାରୁ ୩ଟା ଯାଏ ପ୍ରଚଣ୍ଡ ଖରାରେ ଘରୁ ନ ବାହାରିବାକୁ ଅପିଲ୍

ଭୁବନେଶ୍ୱର(କେନ୍ୟୁଜ୍‌) : ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କୁ ସତର୍କ କଲେ ମୁଖ୍ୟ ସଚିବ ପ୍ରଦୀପ ଜେନା । ଗତ କିଛିଦିନ ଧରି ରାଜ୍ୟରେ ଗ୍ରୀଷ୍ମପ୍ରବାହ ଲାଗି ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ଆଉ କିଛି ଦିନ ଏହି ସ୍ଥିତି ଲାଗି ରହିବ । ତେଣୁ ପ୍ରବଳ ଖରା ଓ ଗରମକୁ ଦୃଷ୍ଟିରେ ରଖି ସକାଳ ୧୦ଟାରୁ ଦିନ ୩ଟା ମଧ୍ୟରେ ଘରୁ ଅଯଥା ନ ବାହାରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟ ସଚିବ । ବିଶେଷ କରି ବାହାରେ ଖରାରେ କାମକୁ ବାରଣ କରାଯାଇଛି ।

ଆବଶ୍ୟକ କାମ ଥିଲେ ଘରୁ ବାହାରିବା ସମୟରେ ଛତା, ଯୋତା ସହ ସାଥିରେ ପାଣିବୋତଲ ଓ ମୁଣ୍ଡରେ ଓଦା ଗାମୁଛା ପକାଇବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମପ୍ରବାହ ଜନିତ ଅସୁସ୍ଥତାର ମୁକାବିଲା ପାଇଁ ରାଜ୍ୟର ସମସ୍ତ ଡାକ୍ତରଖାନାକୁ ସଜାଗ ରଖାଯାଇଛି । ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରି ଲୋକଙ୍କ ମଧ୍ୟରେ ସଚେତନତା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟସଚିବ ।

Sasmita

Recent Posts

କାନକଟା ଘାଟିରେ ହାଇୱାକୁ ପିଟିହେଲା ବସ, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ବ୍ରହ୍ମପୁର : ଗଞ୍ଜାମ ଗଜପତି ଜିଲ୍ଲା ସୀମାନ୍ତ କାନକଟା ଘାଟିରେ ହାଇୱାକୁ ପିଟିହେଲା ବସ ।   ଅଳ୍ପକେ ବର୍ତ୍ତିଲେ ୪୦…

32 mins ago

କିସରେ ହେବ ସର୍ବବୃହତ ସାଇକେଲ ଭିଲୋ ଡ୍ରମ୍, ଖୁବ୍ ଶୀଘ୍ର ହେବ ଏହାର ଉଦଘାଟନ

ଭୁବନେଶ୍ୱର : କିଟ୍ ଓ କିସ୍ ହେଉଛି କ୍ରୀଡାର ହବ୍ । କିସରେ ଯୋଡି ହେବାକୁ ଯାଉଛି ସର୍ବବୃହତ ସାଇକେଲ…

1 hour ago

ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଭାବେ ସୁସ୍ଥ : ତାରାପ୍ରସାଦ ବାହିନୀପତି

କେନ୍ୟୁଜ(ବ୍ୟୁରୋ) : ବିଜୁ ଜନତା ଦଳ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଅଛନ୍ତି…

1 hour ago

ମନ୍ଦିର ପରିସରରୁ ମୟୁର, ଶାରୀ, ଶୁଆ ଉଦ୍ଧାର କଲେ ବନବିଭାଗ

ଭୁବନେଶ୍ୱର(କେନ୍ୟୁଜ୍‌): ଆଜିକାଲି ଘରେ ପକ୍ଷୀମାନଙ୍କୁ ପଞ୍ଜୁରୀରେ ରଖିବା ଏକ ପ୍ରକାର ଟ୍ରେଣ୍ଡ ପାଲଟିଗଲାଣି । ନିଜ ସଉକ ପାଇଁ କଥା…

2 hours ago

ସାଉଦି ଆରବରେ ହିଟ୍ ଷ୍ଟ୍ରୋକ୍‌ର ତାଣ୍ଡବ, ମକ୍କାରେ ହଜ୍‌ ଯାତ୍ରୀଙ୍କ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଲା

ସାଉଦି ଆରବରେ ହିଟ୍ ଷ୍ଟ୍ରୋକ୍ ମୃତ୍ୟୁର ତଣ୍ଡବ ରଚିଛି । ରିପୋର୍ଟରୁ ଜଣାପଡ଼ିଛି, ଚଳିତ ବର୍ଷ ମକ୍କାରେ ହିଟ୍‌ ୱେଭ୍‌…

2 hours ago

ଅନୁଷ୍ଠିତ ହେଲା ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ, ସୃଷ୍ଟି ହୋଇଛି ଖୁବ ଭକ୍ତିମୟ ପରିବେଶ

କଥାରେ ଅଛି ବିଶ୍ୱାସେ ମିଳଇ ହରି, ତର୍କେ ବହୁଦୂର । ଯେଉଁଠି ବିଶ୍ୱାସ ଅଛି ସେଠି ଭଗବାନ ଅଛନ୍ତି ,…

3 hours ago