ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଗଞ୍ଜାମ(କେନ୍ଯୁଜ୍): ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଗସ୍ତ ବେଳେ ତାରାତାରିଣୀ ମନ୍ଦିର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । ମନ୍ଦିର ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ।

ଏହାସହ ବହୁମୁଖୀ ଜାନିବିଲି ଓ ଘଟକେଶ୍ୱର ଜଳ ପ୍ରଳକ୍ପର ସମୀକ୍ଷା କରିଛନ୍ତି । ୨୦୨୪ ସୁଦ୍ଧା ଜିଲ୍ଲାର ପ୍ରତି ଘରକୁ ପାନୀୟ ଜଳ ଯୋଗାଣ କରାଯିବା କାର୍ଯ୍ୟ ଜୋରସୋରରେ ଚାଲିଥିବା କହିବା ସହ ଆସନ୍ତା ଅକ୍ଟୋବରରୁ ରିଂ ରୋଡ କାମ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି । ମୁଖ୍ୟ ଶାସନ ସଚିବଙ୍କ ଗସ୍ତ ସମୟରେ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.