ରାଜ୍ୟ

ଚୌଦ୍ବାରରେ ବସ କଣ୍ଡକ୍ଟରଙ୍କୁ ଜିଅନ୍ତା ଜାଳିଦେବା ଘଟଣା, ପତ୍ନୀ ଓ ପୁରୁଷ ବନ୍ଧୁ ଗିରଫ

ପରକୀୟା ପ୍ରୀତିକୁ ନେଇ ନିଜ ପୁରୁଷ ବନ୍ଧୁ ସହ ମିଶି ସ୍ୱାମୀକୁ ଜିଅନ୍ତା ପୋଡିଲା ସ୍ତ୍ରୀ  । ଚୌଦ୍ବାରରେ ବସ କଣ୍ଡକ୍ଟର ନିଶ୍ଚଳ ମହାପାତ୍ର ମୃତ୍ୟୁ ମାମଲାରେ ଏହି ବଡ଼ ଖୁଲାସା କରିଛି କମିଶନରେଟ ପୋଲିସ। ନିଶ୍ଚଳଙ୍କ ମୃତ୍ୟୁ ଏକ ସୁଚିନ୍ତିତ ହତ୍ୟାକାଣ୍ଡ ଥିଲା ଏବଂ ତାଙ୍କୁ ଜିଅନ୍ତା ଜାଳି ଦିଆଯାଇଥିଲା ବୋଲି ସ୍ପଷ୍ଟ କରିଛି ପୋଲିସ। ପତ୍ନୀର ପରକ୍ରିୟା ପ୍ରୀତିକୁ ନେଇ ଏହି ହତ୍ୟାକାଣ୍ଡ ହୋଇ ଥିବା ବେଳେ ହତ୍ୟା ଅଭିଯୋଗରେ ନିଶ୍ଚଳଙ୍କ  ପତ୍ନୀ ସୁହାସିନୀ ମହାପାତ୍ର  ଓ ତାଙ୍କ ପୁରୁଷ ବନ୍ଧୁ ପୂର୍ଣ୍ଣଚନ୍ଦ୍ର ମହାରଣାକୁ ଗିରଫ କରିଛି ପୋଲିସ । ଗତ 1 ତାରିଖ ଦିନ ବିରାଟଗାଦି ନିକଟରେ ନିଶ୍ଚଳଙ୍କୁ ଅର୍ଦ୍ଧ ଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଥିଲା।

ଗୁରୁତର ଅବସ୍ଥାରେ ତାଙ୍କୁ SCB ରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟି ଥିଲା। ଏନେଇ ଚୌଦ୍ୱାର ପୋଲିସ ପ୍ରଥମେ ଏକ ଅପମୃତୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। କିନ୍ତୁ ତଦନ୍ତ ସମୟରେ ନିଶ୍ଚଳଙ୍କ ମୃତ୍ୟୁ ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ସୁରାକ ପାଇ ଥିଲା ପୋଲିସ । ମୂଳତ ନିଆଳି ଗୋବିନ୍ଦପୁର ବାସିନ୍ଦା ନିଶ୍ଚଳ ପେସାରେ ଜଣେ ବସ କଣ୍ଡକ୍ଟର ଥିଲେ ।

ଚୌଦ୍ୱାର ବାସିନ୍ଦା ଅଭିଯୁକ୍ତ ପୂର୍ଣ୍ଣଚନ୍ଦ୍ର ସହ ନିଶ୍ଚଳଙ୍କ ବନ୍ଧୁତା ଥିବା ବେଳେ ନିଶ୍ଚଳଙ୍କ ଘରକୁ ପୂର୍ଣ୍ଣଚନ୍ଦ୍ରଙ୍କ ଯିବା ଆସିବା ଥିଲା । ଏହାରି ଭିତରେ ପୂର୍ଣ୍ଣଚନ୍ଦ୍ରଙ୍କ ସହ ନିଶ୍ଚଳଙ୍କ ପତ୍ନୀ ସୁହାସିନୀଙ୍କ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ଏପରିକି ନିଶ୍ଚଳ ଅଜ୍ଞାତରେ ପୂର୍ଣ୍ଣଚନ୍ଦ୍ରଙ୍କ ଓ ସୁହାସିନୀ ମିଳାମିଶା କରିବା ସହ ନିଶ୍ଚଳଙ୍କୁ ନିଜ ରାସ୍ତାରୁ ସବୁ ଦିନ ଲାଗି ହଟାଇବାକୁ ଯୋଜନା କରିଥିଲେ । ଯୋଜନ ମୁତାବକ ପୂର୍ଣ୍ଣଚନ୍ଦ୍ର କୌଶଳ କରି ନିଶ୍ଚଳଙ୍କୁ ଚୌଦ୍ୱାର ଡକାଇଥିଲା ଏବଂ ବିରାଟଗାଦି ନିକଟରେ ଉଭୟ ପ୍ରଚୁର ମଦ ପିଇବା ପରେ ନିଶ୍ଚଳଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲା ପୂର୍ଣ୍ଣଚନ୍ଦ୍ର ।

 

 

 

Niharanjan

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

3 hours ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

6 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

7 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

7 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

7 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

7 hours ago