CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷା ତ୍ରୁଟି ମାନିଲେ କର୍ତ୍ତୃପକ୍ଷ, ମିଳିବ ଗ୍ରେସ୍ ମାର୍କ
CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ଘଟଣା । ତ୍ରୁଟି ମାନିଲେ CHSE ପରୀକ୍ଷା ନିୟନ୍ତ୍ରକ । ପ୍ରେସମିଟ୍ କରି ସୂଚନା ଦେଲେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ । ‘ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଛି’ବୋଲି କହିଲେ ।

ଭୁବନେଶ୍ୱର (କେନ୍ୟୁଜ): CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ଘଟଣା । ତ୍ରୁଟି ମାନିଲେ CHSE ପରୀକ୍ଷା ନିୟନ୍ତ୍ରକ । ପ୍ରେସମିଟ୍ କରି ସୂଚନା ଦେଲେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ । ‘ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଛି’ବୋଲି କହିଲେ ।
ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ ହୋଇଥିଲା । କେବଳ ରେଗୁଲାର ପିଲାଙ୍କ ପ୍ରଶ୍ନରେ ଚଏସ୍ ଡେଫିସିଟ୍ ରହିଛି ବୋଲି କହିଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ । ମୋଟ ୧୯ ନମ୍ବର ଚଏସ୍ ଡେଫିସିଟ ରହିଛି । ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପ୍ଟ ନେଇଥିବେ ସେମାନେ ଗ୍ରେସ୍ ମାର୍କ ପାଇବେ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ । ଏକ୍ସ ରେଗୁଲାର ପିଲାଙ୍କ କୌଣସି ଅସୁବିଧା ହୋଇନି। ପିଲା ମାନେ ବହୁତ୍ ଭଲ କରିଛନ୍ତି। ପ୍ରଶ୍ନ ପତ୍ର ତିଆରିରେ କେଉଁଠି ତ୍ରୁଟି ରହିଛି ତାର ଯାଞ୍ଚ ନିଶ୍ଚିତ କରାଯିବ ବୋଲି କହିଛନ୍ତି।