ରାଜ୍ୟ

ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ଘଟଣା: ମାର୍ଚ୍ଚ ୨୨ରୁ ଦୁଇଟି ପର୍ଯ୍ୟାୟରେ ହେବ ଯୁକ୍ତ ମୂଲ୍ୟାୟନ

ଭୁବନେଶ୍ୱର(କେନ୍ୟୁଜ):  ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସ୍ୱୀକାର କଲା ସିଏଚଏସଇ । ଭୁବନେଶ୍ୱର (କେନ୍ୟୁଜ): CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ଘଟଣା । ତ୍ରୁଟି ମାନିଲେ CHSE ପରୀକ୍ଷା ନିୟନ୍ତ୍ରକ । CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଛି ବୋଲି ମାନିଲେ କର୍ତ୍ତୃପକ୍ଷ । ଏନେଇ ପ୍ରେସମିଟ୍‌ କରି ସୂଚନା ଦେଲେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ । ‘ଆଉଟ ଅଫ୍‌ ସିଲାବସ୍‌ ନୁହେଁ, ଚଏସ୍‌ ଡେଫିସିଟ୍‌ ରହିଛି’ବୋଲି କହିଲେ । ପ୍ରେସମିଟ୍‌ କରି ସୂଚନା ଦେଲେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ । ‘ଆଉଟ ଅଫ୍‌ ସିଲାବସ୍‌ ନୁହେଁ, ଚଏସ୍‌ ଡେଫିସିଟ୍‌ ରହିଛି’ବୋଲି କହିଲେ ।

ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ ହୋଇଥିଲା । କେବଳ ରେଗୁଲାର ପିଲାଙ୍କ ପ୍ରଶ୍ନରେ ଚଏସ୍‌ ଡେଫିସିଟ୍‌ ରହିଛି ବୋଲି କହିଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ । ମୋଟ ୧୯ ନମ୍ବର ଚଏସ୍‌ ଡେଫିସିଟ ରହିଛି । ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିବେ ସେମାନେ ଗ୍ରେସ୍‌ ମାର୍କ ପାଇବେ ତେଣୁ ସବୁ ପିଲାଙ୍କୁ ସମାନ ଗ୍ରେସ୍‌ ମାର୍କ ମିଳିବ ନାହିଁ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ ।

ସେହିପରି ଆଟେମ୍ପ୍‌ଟ ନେଇ ନ ଥିଲେ ପିଲାଙ୍କୁ ଗ୍ରେସ୍‌ ମାର୍କ ମିଳିବ ନାହିଁ ରୋକଠୋକ ଶୁଣାଇ ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ । ଏପଟେ ଏକ୍ସ ରେଗୁଲାର ପିଲାଙ୍କ କୌଣସି ଅସୁବିଧା ହୋଇନି ବୋଲି ସେ କହିଛନ୍ତି । ପିଲା ମାନେ ବହୁତ୍ ଭଲ କରିଛନ୍ତି । ପ୍ରଶ୍ନ ପତ୍ର ତିଆରିରେ କେଉଁଠି ତ୍ରୁଟି ରହିଛି ତାର ଯାଞ୍ଚ ନିଶ୍ଚିତ କରାଯିବା ସହିତ ଏହି ତଦନ୍ତ ପରେ ଉଚିତ୍ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ।

ସେହିପରି ଆସନ୍ତା ମାର୍ଚ୍ଚ ୨୨ରୁ ଦୁଇଟି ପର୍ଯ୍ୟାୟରେ ହେବ ଏହି ମୂଲ୍ୟାୟନ । ମାର୍ଚ୍ଚ ୨୨ରୁ ଏପ୍ରିଲ୍ ୨ ଯାଏ ଏକ ପ୍ରଥମ ପର୍ଯ୍ୟାୟ ଯୁକ୍ତ ମୂଲ୍ୟାୟନ ଏବଂ ଏପ୍ରିଲ୍ ୪ରୁ ଏପ୍ରିଲ୍ ୧୫ ଯାଏ ହେବ ଦ୍ଵିତୀୟ ପର୍ଯ୍ୟାୟ ଯୁକ୍ତ ମୂଲ୍ୟାୟନ । ଏନେଇ CHSE ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ ସୂଚନା ଦେଇଛନ୍ତି ।

ତେବେ ମାଟ୍ରିକ୍ ପରୀକ୍ଷା ପରେ CHSE ଯୁକ୍ତ ୨ ପରୀକ୍ଷାରେ ତ୍ରୁଟିକୁ ନେଇ ଶିକ୍ଷାବିତ୍, ପରୀକ୍ଷାର୍ଥୀଙ୍କ ସମେତ ଅଭିଭାବକ ମାନେ ଖୁବ୍ ଚିନ୍ତାରେ ରହିଥିଲେ । CHSEର ଏଭଳି ଦାୟିତ୍ୱହୀନତା ପାଇଁ ପିଲାଙ୍କ ଭବିଷ୍ୟତ ଅନ୍ଧାରକୁ ଠେଲି ହୋଇଯିବ ବୋଲି ଅଭିଭାବକ ମାନେ ଅଭିଯୋଗ କରିଥିବାବେଳେ , ବର୍ତ୍ତମାନ CHSE ପକ୍ଷରୁ ସମାଧାନ ରାସ୍ତା ବାହାରିବା ପରେ କଣ ରହୁଛି ପ୍ରତିକ୍ରିୟା ଦେଖିବାକୁ ବାକିରହିଲା ।

Sonalisa

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

11 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

21 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

32 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago