ପୋଖରୀରୁ ନବମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣା, ଆସିଲା ପୋଷ୍ଟମର୍ଟମ ରିପୋର୍ଟ

ଯାଜପୁର(କେନ୍ୟୁଜ୍): ପୋଖରୀରୁ ନବମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣା । ଆସିଲା ପୋଷ୍ଟମର୍ଟମ ରିପୋର୍ଟ। ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଯାହାକୁ ଗ୍ରହଣ କରି ପାରୁନାହାନ୍ତି ପରିବାର ଲୋକ। ନିଜ ଝିଅକୁ କେହି ହତ୍ୟା କରି ପୋଖରୀରେ ଫିଙ୍ଗି ଦେଇଥିବା ଅଭିଯୋଗ କରିଥିଲେ ପରିବାର ଲୋକ।

ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ନନ୍ଦିପୁର ନିକଟସ୍ଥ ରାସ୍ତା କଡ଼ ପୋଖରୀରୁ ମିଳିଥିଲା ମୃତଦେହ। ବିିଞ୍ଝାରପୁର ବରୀକୁଳ ଗାଁର ନବମ ଶ୍ରେଣୀ ଛାତ୍ରୀ ଟିଉସନ ହେବାକୁ ଯାଇ ଆଉ ଘରକୁ ଫେରିନଥିଲେ। ପରିବାର ଲୋକ ଖୋଜାଖୋଜି କରିବା ପରେ ଝିଅର ବ୍ୟାଗ ନନ୍ଦିପୁର ନିକଟସ୍ଥ ପୋଖରୀରେ ଭାସୁଥିବା ଦେଖିବାକୁ ପାଇଥିଲେ।

ଖୋଜାଖୋଜି ପରେ ପୋଖରୀରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ପରେ ତାଙ୍କୁ ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.